Masthead

୫ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନେଇଫିଉ ରିଓ

ନାଗାଲାଣ୍ଡ(ବଡ଼ ଖବର ବ୍ୟୁରୋ): ନାଗାଲାଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନେଇଫିଉ ରିଓ । ରାଜନୀତିର ବରିଷ୍ଠ ନେତା ତଥା ଏନଡିପିପିର ମୁଖ୍ୟ ନେଇଫିଉ ରିଓ ଆଜି ୫ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଶପଥପାଠ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ପ୍ରମୁଖ ଉପସ୍ଥିତ ଥିଲେ। ନାଗାଲାଣ୍ଡ ରାଜ୍ୟପାଲ ଲା ଗଣେଶନ ଆଜି କୋହିମାରେ ଅନୁଷ୍ଠିତ ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ ରିଓଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି।

ରିଓଙ୍କ ଡେପୁଟି ବା ନାଗାଲାଣ୍ଡର ଉପ ମୁଖ୍ୟମନ୍ତ୍ରୀ ଭାବେ ଦୁଇ ଜଣ ଶପଥ ନେଇଛନ୍ତି। ଟିଆର ଜେଲିଆଙ୍ଗ ଓ ୟାନଥୁଙ୍ଗୋ ପାଟ୍ଟୋନ ଉପ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଏବଂ ନାଗାଲାଣ୍ଡ କ୍ୟାବିନେଟରେ ସାମିଲ ହେବାକୁ ଥିବା ୯ ଜଣଙ୍କୁ ମଧ୍ୟ ରାଜ୍ୟପାଳ ଆଜି ଶପଥ ପାଠ କରାଇଛନ୍ତି। ରିଓଙ୍କ କ୍ୟାବିନେଟରେ ଜି କାଇତୋ ଆୟେ, ଜ୍ୟାକବ ଝିମୋମି, କେଜି କେନୟେ, ପି ପାଇୱାଙ୍ଗ କୋନୟାକ, ମେଟସୁବୋ ଜମିର, ତେମଜେନ ଇମନା ଆଲୋଙ୍ଗ, ସିଏଲ ଜନ, ଏସ୍‌ କୁରସେ ଓ ପି ବାଶଙ୍ଗମୋଙ୍ଗବା ସାମିଲ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ