Masthead

ନେପାଳ ଦେଖିବ ନୂଆ ରାଷ୍ଟ୍ରପତି

ନେପାଳ (ବଡ଼ ଖବର ବ୍ୟୁରୋ): ନେପାଳ ଦେଖିବ ନୂଆ ରାଷ୍ଟ୍ରପତି । ଗୁରୁବାର ନେପାଳରେ ରାଷ୍ଟ୍ରପତି ନିର୍ବାଚନ ହେବ। ଏନେଇ ସମସ୍ତ ପ୍ରସ୍ତୁତି ସରିଛି ବୋଲି ବୁଧବାର ସେଠାକାର ନିର୍ବାଚନ କମିଶନଙ୍କ ପକ୍ଷରୁ କୁହାଯାଇଛି। ରାତି ୭ଟା ସୁଦ୍ଧା ଫଳାଫଳ ପ୍ରକାଶ ପାଇବା ଆଶା ରହିଛି ବୋଲି ନିର୍ବାଚନ ଅଧିକାରୀ ମହେଶ ଶର୍ମା ପାଉଡେଲ କହିଛନ୍ତି। ନେପାଳି କଂଗ୍ରେସର ବରିଷ୍ଠ ନେତା ରାମ ଚନ୍ଦ୍ର ପଉଡେଲ ଓ ସିପିଏନ(ୟୁଏମଏଲ)ର ଉପସଭାପତି ସୁବାସ ଚନ୍ଦ୍ର ନେମବାଙ୍ଗ ରାଷ୍ଟ୍ରପତି ପଦବୀ ପାଇଁ ନିର୍ବାଚନ ଲଢ଼ୁଛନ୍ତି।

ଏ ସଂକ୍ରାନ୍ତରେ ଭୋଟ ଦେବା ପାଇଁ ସଂସଦୀୟ କୋଠାର ଏକ ଗୃହରେ ସବୁ ପ୍ରକାର ବ୍ୟବସ୍ଥା କରାଯାଇଛି। ଦୁଇଟି ପୃଥକ ପୋଲିଂ ଷ୍ଟେସନ କରାଯାଇଛି। ଫେଡେରାଲ ପାର୍ଲିଆମେଣ୍ଟେରିଆନସ ଓ ପ୍ରଭିନ୍ସ ଏସେମ୍ବ୍ଲି ମେମ୍ବର୍ସ ନିଜ ମତାଧିକାର ସାବ୍ୟସ୍ତ କରିବେ। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୩ଟା ପର୍ୟ୍ୟନ୍ତ ଭୋଟ ଗ୍ରହଣ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ