Masthead

ହତ୍ୟା ଅଭିଯୋଗ ପରେ ବଦଳିଲେ ଜିଲ୍ଲାପାଳ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଜିଲ୍ଲାପାଳ ମନିଷ ଅଗ୍ରୱାଲଙ୍କ ପୂର୍ବତନ ପିଏ ଦେବନାରାୟଣ ପଣ୍ଡାଙ୍କ ଶବ ସତୀଗୁଡ଼ା ଡ୍ୟାମର ଜଳଭଣ୍ଡାରରୁ ଉଦ୍ଧାର ହୋଇଥିଲା । ଦେବନାରାୟଣଙ୍କୁ ହତ୍ୟା କରାଯାଇଛି, ସେ ଆତ୍ମହତ୍ୟା କରିନାହାନ୍ତ ବୋଲି ତାଙ୍କ ସ୍ତ୍ରୀ ବନଜା ପଣ୍ଡା ଥାନାରେ ଲିଖିତ ଅଭିଯୋଗ କରିଥିଲେ । ମାତ୍ର ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ହାତବାନ୍ଧି ବସିଯାଇଥିଲା । ପୋଲିସର କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇ ବନଜା କୋର୍ଟଙ୍କ ଦ୍ୱାରସ୍ଥ ହେବା ସହ ଜାତୀୟ ମାନବାଧିକାର କମିଶନଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।
ଏସଡିଜେଏମ କୋର୍ଟଙ୍କ ନିର୍ଦ୍ଦେଶରେ ମାଲକାନଗିରି ଆଦର୍ଶ ଥାନା ପୋଲିସ ଜିଲ୍ଲାପାଳ ମନିଷ ଅଗ୍ରୱାଲ ଓ ତାଙ୍କ କାର୍ଯ୍ୟାଳୟର ଅନ୍ୟ ୩ କର୍ମଚାରୀ ଭି.ବେଣୁ ରାଓ, ପ୍ରକାଶ ଚନ୍ଦ୍ର ସ୍ୱାଇଁ, ଭବବାନ ପାଣିଗ୍ରାହୀଙ୍କ ନାମରେ ଧାରା ୩୦୨, ୨୦୧, ୨୦୪, ୫୦୬ ଓ ୩୪ ଅନୁଯାୟୀ ମାମଲା ରୁଜୁ କରିଛି ।
ଜିଲ୍ଲାପାଳଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ ହେବା ପରେ ରାଜ୍ୟ ସରକାର ତତ୍ପର ହୋଇଉଠିଛନ୍ତି । ଆଜି ମନିଷ ଅଗ୍ରୱାଲଙ୍କୁ ବଦଳି କରାଯାଇ ତାଙ୍କ ସ୍ଥାନରେ ୱାଇ ବିଜୟଙ୍କୁ ଅବସ୍ଥାପିତ କରାଯାଇଛି । ମନିଷ ଅଗ୍ରୱାଲଙ୍କୁ ଯୋଜନା ଓ ସମନ୍ୱୟ ବିଭାଗର ଉପସଚିବ ଭାବେ ନିଯୁକ୍ତି ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ