ରାଜ୍ୟରେ କରୋନା ରୋଗୀଙ୍କ ମୃତ୍ୟୁ ସଂଖ୍ୟା ୯୦୦ ପାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ମୁଣ୍ଡ ନେଲା କରୋନା । ଆଜି ୧୫ଜଣଙ୍କ ମୃତ୍ୟୁକୁ ମିଶାଇ ରାଜ୍ୟରେ ୯୦୭ରେ ପହଁଚିଛି ମୃତ୍ୟୁ ସଂଖ୍ୟା । କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଖୋର୍ଦ୍ଧାରୁ ମୃତ୍ୟୁବରଣ କରିଥିବା ଦୁଇଜଣ ହେଲେ ଭୁବନେଶ୍ୱରର ୪୭ବର୍ଷୀୟ ମହିଳା ଓ ୬୩ ବର୍ଷୀୟ ପୁରୁଷ । ଅନ୍ୟ ଜଣେ ମୃତକ ହେଲେ ୭୪ ବର୍ଷୀୟ ପୁରୁଷ, ଯାହାଙ୍କର ଡାଇବେଟିସ ସହ ଉଚ୍ଚ ରକ୍ତଚାପ ଥିଲା । କଟକରୁ ୬୦ ବର୍ଷୀୟ ମହିଳାଙ୍କ ସମେତ ଅନ୍ୟ ଦୁଇଜଣ ୬୦ ଓ ୭୦ ବର୍ଷୀୟ ପୁରୁଷ ଅଟନ୍ତି । କେନ୍ଦ୍ରାପଡ଼ାର ୪୮ ଓ ୮୫ ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି କେନ୍ଦୁଝର ୬୫, ସମ୍ବଲପୁର ୭୩ ଓ କୋରାପୁଟର ୫୫ବର୍ଷୀୟା ମହିଳା ମୃତ୍ୟୁବରଣ କରିଥିବା ବେଳେ ଢେଙ୍କାନାଳର ୭୦, ଜଗତସିଂହପୁରର ୪୮, ବୌଦ୍ଧର ୭୧ ଓ ମାଲକନଗିରିର ୬୫ ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’