Masthead

ଆଜି ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ଡକ୍ଟର କେ. ହରିବାବୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ଡକ୍ଟର କେ. ହରିବାବୁ । ଭୁବନେଶ୍ବର ରାଜଭବନରେ ସକାଳ ୧୦ଟା ୧୫ରେ ଶପଥଗ୍ରହଣ ସମାରୋହ ହେବ। ଶପଥପାଠ କରାଇବେ ହାଇକୋର୍ଟର ମୁଖ୍ୟ ବିଚାରପତି । ତେବେ ଶପଥପାଠ ପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ କଲେ ହରିବାବୁ । ଗତ ଡିସେମ୍ବର ୨୪ ତାରିଖରେ ଓଡ଼ିଶାର ରାଜ୍ୟପାଳ ଭାବରେ କମ୍ଭମପତିଙ୍କୁ ନିଯୁକ୍ତି ମିଳିଥିଲା। ଗତକାଲି ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା ।

ନୂଆ ରାଜ୍ୟପାଳଙ୍କୁ ସ୍ୱାଗତ କରିଥିଲେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀମଣ୍ଡଳର ସଦସ୍ୟ । ଭୁବନେଶ୍ୱରରେ ସେ ପହଞ୍ଚିବା ପରେ ପୁରୀ ଯାଇଥିଲେ। ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଆଶୀର୍ବାଦ ନେଇଥିଲେ ଡକ୍ଟର ହରିବାବୁ ଓ ତାଙ୍କ ପରିବାର। ଓଡ଼ିଶାର ବିକାଶ ଓ ରାଜ୍ୟବାସୀଙ୍କ ଉନ୍ନତି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଥିବା କହିଛନ୍ତି ନୂଆ ରାଜ୍ୟପାଳ। ଗତକାଲି ପୁରୀ ରାଜଭବନରେ ରାତ୍ରିଯାପନ ପରେ ଆଜି ଭୁବନେଶ୍ୱର ଫେରି ରାଜଭବନରେ ଶପଥ ଗ୍ରହଣ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’