Masthead

କର୍ଣ୍ଣାଟକରେ ନୂଆ ସରକାର

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ):  ଆଜିଠୁ କର୍ଣ୍ଣାଟକରେ କଂଗ୍ରେସ ସରକାର । ଶପଥ ସମାରୋହ ପାଇଁ ଭବ୍ୟ ଆୟୋଜନ । କାନ୍ତିରାଭା ଷ୍ଟାଡିୟମରେ ଆୟୋଜିତ ହୋଇଛି ମେଗା ଇଭେଣ୍ଟ । କିଛି ଘଣ୍ଟା ମଧ୍ୟରେ ସିଦ୍ଦାରାମାୟା ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ ଭାବରେ ଡି.କେ ଶିବକୁମାର ଶପଥ ଗ୍ରହଣ କରିବେ। ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସହ ଅଧା ମନ୍ତ୍ରିମଣ୍ଡଳ ଶପଥ ନେଇପାରେ ବୋଲି ଚର୍ଚ୍ଚା ହେଉଛି ।

ଶପଥ ଗ୍ରହଣ ସମାରୋହ ପୂର୍ବରୁ ସିଦ୍ଦାରାମାୟା ଏବଂ ଶିବକୁମାର ଦିଲ୍ଲୀରେ ପହଞ୍ଚି ନୂତନ କ୍ୟାବିନେଟରେ ସାମିଲ ହେବାକୁ ଥିବା ମନ୍ତ୍ରୀଙ୍କ ନାମ ଏବଂ ବିଭାଗ ବଣ୍ଟନ ଉପରେ ହାଇକମାଣ୍ଡଙ୍କ ସହ ଆଲୋଚନା କରିଥିଲେ। ଷ୍ଟାଡିୟମରେ ୨୫ ହଜାର ଲୋକଙ୍କ ବସିବା ପାଇଁ ବ୍ୟବସ୍ଥା ରହିଛି । ଉତ୍ସବରେ ସାମିଲ ହେବେ ଛତିଶଗଡ଼, ରାଜସ୍ଥାନ ଓ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସମେତ ତାମିଲନାଡୁ, ବିହାର ଓ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ । ଆରଜେଡିର ତେଜସ୍ୱୀ ଯାଦବ, ଏନସିପି ସୁପ୍ରିମୋ ଶରଦ ପାୱାର, ପିଡିପି ମୁଖ୍ୟ ମେହବୁବା ମୁଫତି, ସିପିଆଇର ଡି ରାଜା, ସିପିଏମର ସୀତାରାମ ୟେଚୁରୀ ଓ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ମଧ୍ୟ ନିମନ୍ତ୍ରଣ କରିଛି କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା