Masthead

କର୍ଣ୍ଣାଟକରେ ନୂଆ ସରକାର

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ):  ଆଜିଠୁ କର୍ଣ୍ଣାଟକରେ କଂଗ୍ରେସ ସରକାର । ଶପଥ ସମାରୋହ ପାଇଁ ଭବ୍ୟ ଆୟୋଜନ । କାନ୍ତିରାଭା ଷ୍ଟାଡିୟମରେ ଆୟୋଜିତ ହୋଇଛି ମେଗା ଇଭେଣ୍ଟ । କିଛି ଘଣ୍ଟା ମଧ୍ୟରେ ସିଦ୍ଦାରାମାୟା ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ ଭାବରେ ଡି.କେ ଶିବକୁମାର ଶପଥ ଗ୍ରହଣ କରିବେ। ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସହ ଅଧା ମନ୍ତ୍ରିମଣ୍ଡଳ ଶପଥ ନେଇପାରେ ବୋଲି ଚର୍ଚ୍ଚା ହେଉଛି ।

ଶପଥ ଗ୍ରହଣ ସମାରୋହ ପୂର୍ବରୁ ସିଦ୍ଦାରାମାୟା ଏବଂ ଶିବକୁମାର ଦିଲ୍ଲୀରେ ପହଞ୍ଚି ନୂତନ କ୍ୟାବିନେଟରେ ସାମିଲ ହେବାକୁ ଥିବା ମନ୍ତ୍ରୀଙ୍କ ନାମ ଏବଂ ବିଭାଗ ବଣ୍ଟନ ଉପରେ ହାଇକମାଣ୍ଡଙ୍କ ସହ ଆଲୋଚନା କରିଥିଲେ। ଷ୍ଟାଡିୟମରେ ୨୫ ହଜାର ଲୋକଙ୍କ ବସିବା ପାଇଁ ବ୍ୟବସ୍ଥା ରହିଛି । ଉତ୍ସବରେ ସାମିଲ ହେବେ ଛତିଶଗଡ଼, ରାଜସ୍ଥାନ ଓ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସମେତ ତାମିଲନାଡୁ, ବିହାର ଓ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ । ଆରଜେଡିର ତେଜସ୍ୱୀ ଯାଦବ, ଏନସିପି ସୁପ୍ରିମୋ ଶରଦ ପାୱାର, ପିଡିପି ମୁଖ୍ୟ ମେହବୁବା ମୁଫତି, ସିପିଆଇର ଡି ରାଜା, ସିପିଏମର ସୀତାରାମ ୟେଚୁରୀ ଓ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ମଧ୍ୟ ନିମନ୍ତ୍ରଣ କରିଛି କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ