Masthead

ମଧ୍ୟପ୍ରଦେଶ, ଛତିଶଗଡ଼ରେ ଆଜିଠୁ ନୂଆ ସରକାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମଧ୍ୟପ୍ରଦେଶ ଏବଂ ଛତିଶଗଡ ମୁଖ୍ୟମନ୍ତ୍ରୀ । ମଧ୍ୟପ୍ରଦେଶରେ ଆଜିଠୁ ମୋହନ ଯାଦବ ସରକାର ଆରମ୍ଭ ହେବ । ରାଜ୍ୟପାଳ ମଙ୍ଗୁଭାଇ ଛଗନଭାଇ ପଟେଲ ମୋହନ ଯାଦବଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ଏଥିପାଇଁ ଭୋପାଳରେ ଭବ୍ୟ ଆୟୋଜନ କରାଯାଉଛି । ପ୍ରଥମେ ଭୋପାଳରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଯାଦବ ମୋତିଲାଲ ନେହେରୁ ଷ୍ଟାଡିୟମରେ ପୂର୍ବାହ୍ନ ୧୧ଟା ୩୦ରେ ଶପଥ ନେବେ ।

ଏହାପରେ ଅପରାହ୍ନ ୪ଟାରେ ରାୟପୁରରେ ଏକ କଲେଜ ପଡିଆରେ ଛତିଶଗଡରେ ବିଷ୍ଣୁ ଦେବ ସାଏ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି । ଏହି ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସହିତ ଦଳର ଅନ୍ୟ ଶୀର୍ଷ ନେତା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ମୋହନ ଯାଦବଙ୍କ ସହ ଅନେକ ମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ କରିପାରିବେ । ଶପଥ ଗ୍ରହଣ ସମାରୋହ ପାଇଁ ଉଭୟ ରାଜ୍ୟରେ ପ୍ରସ୍ତୁତି ଶେଷ ହୋଇଛି । ଦୁଇ ରାଜ୍ୟରେ ଦୁଇ ନୂଆ ଚେହେରା ଦେଇ ବିଜେପି ୨୦୧୯ ସାଧାରଣ ନିର୍ବାଚନର ଫଳାଫଳକୁ ୨୦୨୪ ନିର୍ବାଚନରେ ଦୋହରାଇବାକୁ ଲକ୍ଷ୍ୟ ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ