Masthead

ଆଜି ଆସିବେ ନୂଆ ରାଜ୍ୟପାଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନୂଆକରି ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଥିବା ହରି ବାବୁ କୁମ୍ଭମପତି ଆଜି ଓଡ଼ିଶାରେ ପହଞ୍ଚିବେ । ଦିନ ୧୨ଟା ୪୫ରେ କୋଲକାତା ବିମାନବନ୍ଦରରୁ ବାହାରି ସ୍ବତନ୍ତ୍ର ବିମାନ ଯୋଗେ ଆସି ଦିନ ୨ଟା ବେଳେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ସେଠାରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯିବ । ସେଠାରୁ ପୁରୀ ଯାତ୍ରା କରିବେ ରାଜ୍ୟପାଳ । ସେଠାରେ ରାତ୍ରୀ ଯାପନ କରିବେ । ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରି ଭୁବନେଶ୍ୱର ଆସିବେ ।

ରାଜଭବନରେ ଆସନ୍ତାକାଲି ଦିନ ୧୦ଟା ୧୫ରେ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ । ମିଜୋରାମର ପୂର୍ବତନ ରାଜ୍ୟପାଳ କମ୍ଭମ୍‌ପତି ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ପାଇଛନ୍ତି। କମ୍ଭମ୍‌ପତି ୨୦୨୧ ଜୁଲାଇ ୧୯ରେ ମିଜୋରାମର ରାଜ୍ୟପାଳ ଭାବେ ଶପଥ ନେଇଥିଲେ। ସୂଚନାଯୋଗ୍ୟ, ଓଡ଼ିଶା ରାଜ୍ୟପାଳ ଥିବା ରଘୁବର ଦାସଙ୍କୁ ନିକଟରେ ହଟାଇ ଦିଆଯାଇଛି। ରଘୁବରଙ୍କୁ ଏପରି ହଠାତ୍‌ କାହିଁକି ରାଜ୍ୟପାଳ ପଦରୁ ହଟାଇ ଦିଆଗଲା ସେନେଇ କେହି ଆଉ ମୁହଁ ଖୋଲିନାହାନ୍ତି। ରଘୁବର ରାଜନୀତି ପ୍ରତି ରୁଚି ରଖୁଥିବା କାରଣରୁ ତାଙ୍କୁ କେନ୍ଦ୍ରରେ କିଛି ବଡ଼ ଦାୟିତ୍ୱ ମିଳିପାରେ ବୋଲି ବିଜେପି ନେତାମାନଙ୍କ ମୁହଁରୁ ଶୁଣିବାକୁ ମିଳିଥିଲା। ହେଲେ ଆଉ କେତେଜଣ ଏହା ରଘୁବରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ବୋଲି ମତ ରଖିଛନ୍ତି। ରଘୁବରଙ୍କୁ ରାଜ୍ୟପାଳ ପଦରୁ ହଟାଯିବା ପଛର ବାସ୍ତବ କଥା କ’ଣ ତାହା ଜଣାପଡ଼ି ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ