Masthead

ନୂଆ ଗାଇଡଲାଇନ: ଜାଣନ୍ତୁ କେଉଁ କ୍ୟାଟାଗୋରୀ ପାଇଁ କ’ଣ ଘୋଷଣା..

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ପାଇଁ ନୂଆ ଗାଇଡଲାଇନ ଘୋଷଣା କଲେ ମୁଖ୍ୟ ସଚିବ । ଅଗଷ୍ଟ ୧ ଯାଏଁ ଆଂଶିକ ଲକଡାଉନ ଲାଗୁ ନେଇ ସରକାରଙ୍କ ନିଷ୍ପତ୍ତି । କ୍ୟାଟାଗୋରୀ ‘ଏ’ରେ ୨୦ ଓ ‘ବି’ରେ ୧୦ ଜିଲ୍ଲା ପୂର୍ବପରି ରହିବ । କ୍ୟାଟାଗୋରୀ ‘ଏ’ରେ ରାତି ୮ଟା ଯାଏଁ ଖୋଲିବ ଦୋକାନ ବଜାର । କ୍ୟାଟାଗୋରୀ ‘ଏ’ରେ ସପ୍ତାହକ ୭ ଦିନ ଖୋଲିବ ଦୋକାନ ବଜାର । କ୍ୟାଟାଗୋରୀ ‘ବି’ରେ ସଂଧ୍ୟା ୫ଟା ଯାଏ ଖୋଲିବ ଦୋକାନ ବଜାର । କ୍ୟାଟାଗୋରୀ ‘ବି’ରେ ନାଇଟ କର୍ଫ୍ୟୁ ବଳବତ୍ତର ରହିବ ।

କ୍ୟାଟାଗୋରୀ ‘ବି’ରେ ସପ୍ତାହାନ୍ତ ସଟଡାଉନ ଜାରି ରହିବ । ଏଣିକି ସମଗ୍ର ରାଜ୍ୟରେ ବସ୍ ସେବା ଚାଲୁ ରହିବ । ବସରେ ଯେତିକି ସିଟ୍ ସେତିକି ଲୋକ ଯିବାକୁ ଅନୁମତି ମିଳିବ । କେବଳ ପୁରୀରେ ଜୁଲାଇ ୨୫ ପର୍ଯ୍ୟନ୍ତ ବସ୍ ଚଳାଚଳକୁ ବାରଣ । ଟ୍ୟାକ୍ସି, ଅଟୋ ରିକ୍ସା ସମଗ୍ର ରାଜ୍ୟରେ ଚଳାଚଳ କରିପାରିବ । ଦୋକାନ ବଜାର ଯେତିକି ସମୟ ଖୋଲିବ, ସେତିକି ସମୟ ଚାଲିବ ଟ୍ୟାକ୍ସି, ଅଟୋ । ସାରା ରାଜ୍ୟରେ ପାର୍ଲର, ସ୍ପା, ଜିମ୍, ସେଲୁନ କାଲିଠାରୁ ଖୋଲିବ ।

ବିନା ଦର୍ଶକରେ ଆଉଟଡୋର୍ ସ୍ପୋର୍ଟସକୁ ସରକାରଙ୍କ ଅନୁମତି । ସାରା ରାଜ୍ୟରେ ଇନଡୋର ଓ ଆଉଟଡୋର ଫିଲ୍ମ ଶୁଟିଂକୁ ଅନୁମତି । ପାର୍କ, ମଲ୍, ସିନେମା ହଲ୍, ମେଳା, ପ୍ରଦର୍ଶନୀ, ଯାତ୍ରା ବନ୍ଦ ରହିବ । ବାହାଘର, ଶୁଦ୍ଧିକ୍ରିୟା ପାଇଁ ଥିବା କଟକଣା ପୂର୍ବପରି ଜାରି ରହିବ । ସ୍କୁଲ, କଲେଜ, କୋଚିଂ ସେଣ୍ଟର ପୂର୍ବପରି ବନ୍ଦ ରହିବ । ବାର୍ ବନ୍ଦ ରହିବ, ରେଷ୍ଟୁରାଣ୍ଟ ଖାଦ୍ୟ ପାର୍ସଲ ଦେଇପାରିବେ । କ୍ୟାଟାଗୋରୀ ‘ବି’ ଜିଲ୍ଲାରେ ସାପ୍ତାହିକ ଓ ଦୈନିକ ହାଟ ବନ୍ଦ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଷ ପିଇ ସଫା ହୋଇଗଲା ପୂରା ପରିବାର 🔴 ପୁଲୱାମାରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା, ଏନ୍‌କାଉଣ୍ଟରରେ ୩ ୩ ଆତଙ୍କୀ ସଫା 🔴 ଭାରତ-ମିମିଆଁମାର ସୀମାରେ ୧୦ ଉଗ୍ରବାଦୀ ନିପାତ 🔴 ABDOଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ବିଏସ୍‌ଏଫ୍‌ ଯବାନ୍‌ଙ୍କୁ ଛାଡ଼ିଲା ପାକିସ୍ତାନ 🔴 ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଆଜି କେନ୍ଦ୍ର କ୍ୟାବିନେଟ ବୈଠକ 🔴 ପାରାଦୀପ ଜାହାଜରେ ପାକିସ୍ତାନୀ କ୍ରିଉ ମେମ୍ବର! 🔴 ଅପରେସନ ସିନ୍ଦୂରରେ ପାକିସ୍ତାନର କେତେ କ୍ଷତି… 🔴 ଦାଉଦ, ହାଫିଜ, ମସୁଦ…କାମ୍ ତମାମ କେବେ? 🔴 ବିଷ ପିଇ ସଫା ହୋଇଗଲା ପୂରା ପରିବାର 🔴 ପୁଲୱାମାରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା, ଏନ୍‌କାଉଣ୍ଟରରେ ୩ ୩ ଆତଙ୍କୀ ସଫା 🔴 ଭାରତ-ମିମିଆଁମାର ସୀମାରେ ୧୦ ଉଗ୍ରବାଦୀ ନିପାତ 🔴 ABDOଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ବିଏସ୍‌ଏଫ୍‌ ଯବାନ୍‌ଙ୍କୁ ଛାଡ଼ିଲା ପାକିସ୍ତାନ 🔴 ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଆଜି କେନ୍ଦ୍ର କ୍ୟାବିନେଟ ବୈଠକ 🔴 ପାରାଦୀପ ଜାହାଜରେ ପାକିସ୍ତାନୀ କ୍ରିଉ ମେମ୍ବର! 🔴 ଅପରେସନ ସିନ୍ଦୂରରେ ପାକିସ୍ତାନର କେତେ କ୍ଷତି… 🔴 ଦାଉଦ, ହାଫିଜ, ମସୁଦ…କାମ୍ ତମାମ କେବେ?