Masthead

ନୂଆ ଗାଇଡଲାଇନ: ଜାଣନ୍ତୁ କେଉଁ କ୍ୟାଟାଗୋରୀ ପାଇଁ କ’ଣ ଘୋଷଣା..

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ପାଇଁ ନୂଆ ଗାଇଡଲାଇନ ଘୋଷଣା କଲେ ମୁଖ୍ୟ ସଚିବ । ଅଗଷ୍ଟ ୧ ଯାଏଁ ଆଂଶିକ ଲକଡାଉନ ଲାଗୁ ନେଇ ସରକାରଙ୍କ ନିଷ୍ପତ୍ତି । କ୍ୟାଟାଗୋରୀ ‘ଏ’ରେ ୨୦ ଓ ‘ବି’ରେ ୧୦ ଜିଲ୍ଲା ପୂର୍ବପରି ରହିବ । କ୍ୟାଟାଗୋରୀ ‘ଏ’ରେ ରାତି ୮ଟା ଯାଏଁ ଖୋଲିବ ଦୋକାନ ବଜାର । କ୍ୟାଟାଗୋରୀ ‘ଏ’ରେ ସପ୍ତାହକ ୭ ଦିନ ଖୋଲିବ ଦୋକାନ ବଜାର । କ୍ୟାଟାଗୋରୀ ‘ବି’ରେ ସଂଧ୍ୟା ୫ଟା ଯାଏ ଖୋଲିବ ଦୋକାନ ବଜାର । କ୍ୟାଟାଗୋରୀ ‘ବି’ରେ ନାଇଟ କର୍ଫ୍ୟୁ ବଳବତ୍ତର ରହିବ ।

କ୍ୟାଟାଗୋରୀ ‘ବି’ରେ ସପ୍ତାହାନ୍ତ ସଟଡାଉନ ଜାରି ରହିବ । ଏଣିକି ସମଗ୍ର ରାଜ୍ୟରେ ବସ୍ ସେବା ଚାଲୁ ରହିବ । ବସରେ ଯେତିକି ସିଟ୍ ସେତିକି ଲୋକ ଯିବାକୁ ଅନୁମତି ମିଳିବ । କେବଳ ପୁରୀରେ ଜୁଲାଇ ୨୫ ପର୍ଯ୍ୟନ୍ତ ବସ୍ ଚଳାଚଳକୁ ବାରଣ । ଟ୍ୟାକ୍ସି, ଅଟୋ ରିକ୍ସା ସମଗ୍ର ରାଜ୍ୟରେ ଚଳାଚଳ କରିପାରିବ । ଦୋକାନ ବଜାର ଯେତିକି ସମୟ ଖୋଲିବ, ସେତିକି ସମୟ ଚାଲିବ ଟ୍ୟାକ୍ସି, ଅଟୋ । ସାରା ରାଜ୍ୟରେ ପାର୍ଲର, ସ୍ପା, ଜିମ୍, ସେଲୁନ କାଲିଠାରୁ ଖୋଲିବ ।

ବିନା ଦର୍ଶକରେ ଆଉଟଡୋର୍ ସ୍ପୋର୍ଟସକୁ ସରକାରଙ୍କ ଅନୁମତି । ସାରା ରାଜ୍ୟରେ ଇନଡୋର ଓ ଆଉଟଡୋର ଫିଲ୍ମ ଶୁଟିଂକୁ ଅନୁମତି । ପାର୍କ, ମଲ୍, ସିନେମା ହଲ୍, ମେଳା, ପ୍ରଦର୍ଶନୀ, ଯାତ୍ରା ବନ୍ଦ ରହିବ । ବାହାଘର, ଶୁଦ୍ଧିକ୍ରିୟା ପାଇଁ ଥିବା କଟକଣା ପୂର୍ବପରି ଜାରି ରହିବ । ସ୍କୁଲ, କଲେଜ, କୋଚିଂ ସେଣ୍ଟର ପୂର୍ବପରି ବନ୍ଦ ରହିବ । ବାର୍ ବନ୍ଦ ରହିବ, ରେଷ୍ଟୁରାଣ୍ଟ ଖାଦ୍ୟ ପାର୍ସଲ ଦେଇପାରିବେ । କ୍ୟାଟାଗୋରୀ ‘ବି’ ଜିଲ୍ଲାରେ ସାପ୍ତାହିକ ଓ ଦୈନିକ ହାଟ ବନ୍ଦ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହାକାଶରୁ ଫେରିଲେ ଶୁଭ୍ରାଂଶୁ ଶୁକ୍ଳା 🔴 ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ, ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା 🔴 ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା 🔴 ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ 🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି 🔴 ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ମହାକାଶରୁ ଫେରିଲେ ଶୁଭ୍ରାଂଶୁ ଶୁକ୍ଳା 🔴 ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ, ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା 🔴 ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା 🔴 ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ 🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି 🔴 ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’