Masthead

ନୂଆ ଗାଇଡଲାଇନ: ଜାଣନ୍ତୁ କେଉଁ କ୍ୟାଟାଗୋରୀ ପାଇଁ କ’ଣ ଘୋଷଣା..

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ପାଇଁ ନୂଆ ଗାଇଡଲାଇନ ଘୋଷଣା କଲେ ମୁଖ୍ୟ ସଚିବ । ଅଗଷ୍ଟ ୧ ଯାଏଁ ଆଂଶିକ ଲକଡାଉନ ଲାଗୁ ନେଇ ସରକାରଙ୍କ ନିଷ୍ପତ୍ତି । କ୍ୟାଟାଗୋରୀ ‘ଏ’ରେ ୨୦ ଓ ‘ବି’ରେ ୧୦ ଜିଲ୍ଲା ପୂର୍ବପରି ରହିବ । କ୍ୟାଟାଗୋରୀ ‘ଏ’ରେ ରାତି ୮ଟା ଯାଏଁ ଖୋଲିବ ଦୋକାନ ବଜାର । କ୍ୟାଟାଗୋରୀ ‘ଏ’ରେ ସପ୍ତାହକ ୭ ଦିନ ଖୋଲିବ ଦୋକାନ ବଜାର । କ୍ୟାଟାଗୋରୀ ‘ବି’ରେ ସଂଧ୍ୟା ୫ଟା ଯାଏ ଖୋଲିବ ଦୋକାନ ବଜାର । କ୍ୟାଟାଗୋରୀ ‘ବି’ରେ ନାଇଟ କର୍ଫ୍ୟୁ ବଳବତ୍ତର ରହିବ ।

କ୍ୟାଟାଗୋରୀ ‘ବି’ରେ ସପ୍ତାହାନ୍ତ ସଟଡାଉନ ଜାରି ରହିବ । ଏଣିକି ସମଗ୍ର ରାଜ୍ୟରେ ବସ୍ ସେବା ଚାଲୁ ରହିବ । ବସରେ ଯେତିକି ସିଟ୍ ସେତିକି ଲୋକ ଯିବାକୁ ଅନୁମତି ମିଳିବ । କେବଳ ପୁରୀରେ ଜୁଲାଇ ୨୫ ପର୍ଯ୍ୟନ୍ତ ବସ୍ ଚଳାଚଳକୁ ବାରଣ । ଟ୍ୟାକ୍ସି, ଅଟୋ ରିକ୍ସା ସମଗ୍ର ରାଜ୍ୟରେ ଚଳାଚଳ କରିପାରିବ । ଦୋକାନ ବଜାର ଯେତିକି ସମୟ ଖୋଲିବ, ସେତିକି ସମୟ ଚାଲିବ ଟ୍ୟାକ୍ସି, ଅଟୋ । ସାରା ରାଜ୍ୟରେ ପାର୍ଲର, ସ୍ପା, ଜିମ୍, ସେଲୁନ କାଲିଠାରୁ ଖୋଲିବ ।

ବିନା ଦର୍ଶକରେ ଆଉଟଡୋର୍ ସ୍ପୋର୍ଟସକୁ ସରକାରଙ୍କ ଅନୁମତି । ସାରା ରାଜ୍ୟରେ ଇନଡୋର ଓ ଆଉଟଡୋର ଫିଲ୍ମ ଶୁଟିଂକୁ ଅନୁମତି । ପାର୍କ, ମଲ୍, ସିନେମା ହଲ୍, ମେଳା, ପ୍ରଦର୍ଶନୀ, ଯାତ୍ରା ବନ୍ଦ ରହିବ । ବାହାଘର, ଶୁଦ୍ଧିକ୍ରିୟା ପାଇଁ ଥିବା କଟକଣା ପୂର୍ବପରି ଜାରି ରହିବ । ସ୍କୁଲ, କଲେଜ, କୋଚିଂ ସେଣ୍ଟର ପୂର୍ବପରି ବନ୍ଦ ରହିବ । ବାର୍ ବନ୍ଦ ରହିବ, ରେଷ୍ଟୁରାଣ୍ଟ ଖାଦ୍ୟ ପାର୍ସଲ ଦେଇପାରିବେ । କ୍ୟାଟାଗୋରୀ ‘ବି’ ଜିଲ୍ଲାରେ ସାପ୍ତାହିକ ଓ ଦୈନିକ ହାଟ ବନ୍ଦ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା