Masthead

ଆଜି ବିରୋଧୀ ମେଣ୍ଟ ଇଣ୍ଡିଆର ବୈଠକ, ହୋଇପାରେ ଲୋଗୋ ଉନ୍ମୋଚନ

ମୁମ୍ବାଇ  (ବଡ଼ ଖବର ବ୍ୟୁରୋ): ୨୪ ଲୋକସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ଉଷ୍ମତା ସେତିକି ପାଖେଇ ଆସୁଛି । ଆଜିଠୁ ମୁମ୍ବାଇରେ ଦୁଇ ଦିନିଆ ବିରୋଧୀ ଦଳ ବୈଠକ । ସାମିଲ ହେବେ ୨୬ରୁ ଅଧିକ ବିରୋଧୀ ଦଳ । ବୈଠକରେ ଇଣ୍ଡିଆ ମେଣ୍ଟର ୨୬ଟି ଦଳ ମଧ୍ୟରେ ଆସନ ବୁଝାମଣା ସହ ମେଣ୍ଟର ଚିହ୍ନ ଉନ୍ମୋଚନ ହୋଇପାରେ । ଏହି ବୈଠକ ମୁମ୍ବାଇରେ ହେଉଥିବାରୁ ତିନି ମହାବିକାଶ ଅଘାଡ଼ି ଦଳ କଂଗ୍ରେସ, ଏନସିପି ଓ ଶିବସେନା ଏହି ଦାୟିତ୍ୱ ତୁଲାଉଛନ୍ତି ।

ବୈଠକରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ, କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଏବଂ ୬ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟମାନେ ଯୋଗ ଦେବେ । ଯେଉଁଠାରେ ମିଳିତ ବିରୋଧୀ ମେଣ୍ଟ ପ୍ରତିଦ୍ୱନ୍ଦିତା କରିବ ସେଠାରେ କୌଣସି ଦଳ ପରିବର୍ତ୍ତେ ଇଣ୍ଡିଆ ମେଣ୍ଟ ପତାକା କିମ୍ବା ସଙ୍କେତ ବ୍ୟବହାର ହେବ । ଏଥିପାଇଁ ଆଶୋକ ଚକ୍ର ବିନା ତ୍ରିରଙ୍ଗାକୁ ମେଣ୍ଟ ପତାକା ଭାବେ ସ୍ଥିର କରିବାକୁ ପ୍ରସ୍ତାବ ରହିଛି । ଯେଉଁସବୁ ରାଜ୍ୟରେ ନିର୍ଦ୍ଦିଷ୍ଟ କୌଣସି ଦଳ ପ୍ରତିଦ୍ୱନ୍ଦିତା କରିବ ସେଠାରେ ନିଜ ଦଳର ପତାକା ବ୍ୟବହାର ହେବ ।

ଏହାବ୍ୟତୀତ ବିରୋଧୀ ମେଣ୍ଟର ଜଣେ ଅଧ୍ୟକ୍ଷ ରହିବେ ଏବଂ ଆଞ୍ଚଳିକ ସ୍ତରରେ ୫ ଜଣ ସଂଯୋଜକ ନିଯୁକ୍ତି ପାଇଁ ବୈଠକରେ ନିଷ୍ପତ୍ତି ହୋଇପାରେ । ସେପଟେ ବୈଠକ ପୂର୍ବରୁ ବୁଧବାର ତିନି ଦଳର ନେତା ମିଳିତ ସାମ୍ବାଦିକ ସମ୍ମିଳନୀ କରିଥିଲେ । ଏଥିରେ ଶିବସେନା ନେତା ଆଦିତ୍ୟ ଠାକରେ, ସଞ୍ଜୟ ରାଉତ, ନାନା ପାଟୋଲେ, ଅଶୋକ ଚୌହାନ ପ୍ରମୁଖ ଉପସ୍ଥିତ ଥିଲେ । ତେବେ ବୈଠକରେ କ’ଣ ଆଲୋଚନା ହୋଇଛି, ସେ ନେଇ କୌଣସି ସୂଚନା ମିଳିନାହିଁ । ଆଜି ବୈଠକରେ ଇଣ୍ଡିଆ ମେଣ୍ଟକୁ ନୂଆ ଲୋଗୋ ଉନ୍ମୋଚନ ହେବା ନେଇ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ