Masthead

କିଏ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ?, ଆଜି ବସିବ ବିଜେପି ବିଧାୟକ ଦଳ ବୈଠକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ବସୁଛି ବିଜେପି ବିଧାୟକ ଦଳ ବୈଠକ । ରାଜ୍ୟରେ କିଏ ହେବ ମୁଖ୍ୟମନ୍ତ୍ରୀ ସେନେଇ ହଟିବ ସସ୍‌ପେନ୍ସ୍‌ । ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିପାରେ ବିଜେପି । ଆଜି ଓଡ଼ିଶାରେ ପହଞ୍ଚିବେ ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଭୁପିନ୍ଦର ଯାଦବ। ପରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କୁ ନେଇ ବସିବ ବିଧାୟକ ଦଳ ବୈଠକ । ଏହି ବୈଠକରେ ବିଜେପି ସରକାରର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯିବ ବୋଲି ସୂଚନା ସୂଚନା ମିଳିଛି । ତେବେ ମୁଖ୍ୟମନ୍ତ୍ରୀ ରେସରେ ଅଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବ୍ରଜରାଜନଗର ବିଧାୟକ ସୁରେଶ ପୂଜାରୀ, କୁଚିଣ୍ଡା ବିଧାୟକ ରବି ନାୟକ । ସେହିପରି ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ ଓ କେନ୍ଦୁଝର ବିଧାୟକ ମୋହନ ମାଝୀ, ବିଧାୟକ କନକ ବର୍ଦ୍ଧନ ସିଂଦେଓଙ୍କ ନାଁ ମଧ୍ୟ ଚର୍ଚ୍ଚାରେ ରହିଛି । ଅନ୍ୟପଟେ ଚର୍ଚ୍ଚା ହେଉଛି ଦୁଇ ଜଣଙ୍କୁ ଉପ ମୁଖ୍ୟମନ୍ତ୍ରୀ କରିପାରେ ବିଜେପି । ତେବେ ରେସରେ ଅନେକ ନାଁ ରହିଥିବାବେଳେ, କେଉଁଥିରେ ବାଜିବ ମୋହର ତାହା ଉପରେ ସମସ୍ତଙ୍କ ନଜର ।

ଏହାବାଦ୍ ବିଜେପିର ପ୍ରଥମ ସରକାର ଆଉ ମନ୍ତ୍ରିମଣ୍ଡଳରେ କେଉଁ କେଉଁ ବିଧାୟକଙ୍କୁ ଗୁରୁତ୍ବ ମିଳୁଛି ତାକୁ ନେଇ ବି କଳ୍ପନା ଜଳ୍ପନା ଲାଗି ରହିଛି। ମନ୍ତ୍ରୀ ରେସରେ ହେଭିୱେଟ ଭାବେ ସୁରେଶ ପୂଜାରୀ, କେ.ଭି ସିଂଦେଓ, ଜୟ ନାରାୟଣ ମିଶ୍ର, ମୋହନ ମାଝୀ, ରବି ନାଏକ, ସୂରମା ପାଢୀ ଆଗରେ ରହିଛନ୍ତି। ଏହା ସହ ନୂଆ ମୁହଁ ଭାବେ ପୃଥ୍ୱୀରାଜ ହରିଚନ୍ଦନ, ସୂର୍ୟ୍ୟବଂଶୀ ସୂରଜ, ଲକ୍ଷ୍ମଣ ବାଗ, ସମ୍ପଦ ସ୍ୱାଇଁ, ଦୁର୍ଗା ପ୍ରସନ୍ନ ନାୟକ, ସନାତନ ବିଜୁଳି, ଅମର ନାୟକ, ବିଭୁତି ଜେନା, ସିଦ୍ଧାନ୍ତ ମହାପାତ୍ର, ମୁକେଶ ମହାଲିଙ୍ଗ, ଅଶ୍ୱିନୀ ଷଡଙ୍ଗୀ ଓ ଇରାଶିଷ ଆଚାର୍ୟ୍ୟଙ୍କୁ ବି ଗୁରୁତ୍ୱପୂର୍ଣ୍ଣ ବିଭାଗ ମିଳିପାରେ। ଆସନ୍ତାକାଲି ସଂଧ୍ୟା ୫ଟାରେ ଭୁବନେଶ୍ବର ଜନତା ମୈଦାନରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଉତ୍ସବରେ ଯୋଗଦେବା ଲାଗି ପିଏମ୍ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆସିବା କାର୍ଯ୍ୟକ୍ରମ ରହିଛି। ଏଥିଲାଗି ଜନତା ମଇଦାନରେ ଜୋରସୋରରେ ଚାଲିଛି ପ୍ରସ୍ତୁତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା