Masthead

କିଏ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ?, ଆଜି ବସିବ ବିଜେପି ବିଧାୟକ ଦଳ ବୈଠକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ବସୁଛି ବିଜେପି ବିଧାୟକ ଦଳ ବୈଠକ । ରାଜ୍ୟରେ କିଏ ହେବ ମୁଖ୍ୟମନ୍ତ୍ରୀ ସେନେଇ ହଟିବ ସସ୍‌ପେନ୍ସ୍‌ । ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିପାରେ ବିଜେପି । ଆଜି ଓଡ଼ିଶାରେ ପହଞ୍ଚିବେ ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଭୁପିନ୍ଦର ଯାଦବ। ପରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କୁ ନେଇ ବସିବ ବିଧାୟକ ଦଳ ବୈଠକ । ଏହି ବୈଠକରେ ବିଜେପି ସରକାରର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯିବ ବୋଲି ସୂଚନା ସୂଚନା ମିଳିଛି । ତେବେ ମୁଖ୍ୟମନ୍ତ୍ରୀ ରେସରେ ଅଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବ୍ରଜରାଜନଗର ବିଧାୟକ ସୁରେଶ ପୂଜାରୀ, କୁଚିଣ୍ଡା ବିଧାୟକ ରବି ନାୟକ । ସେହିପରି ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ ଓ କେନ୍ଦୁଝର ବିଧାୟକ ମୋହନ ମାଝୀ, ବିଧାୟକ କନକ ବର୍ଦ୍ଧନ ସିଂଦେଓଙ୍କ ନାଁ ମଧ୍ୟ ଚର୍ଚ୍ଚାରେ ରହିଛି । ଅନ୍ୟପଟେ ଚର୍ଚ୍ଚା ହେଉଛି ଦୁଇ ଜଣଙ୍କୁ ଉପ ମୁଖ୍ୟମନ୍ତ୍ରୀ କରିପାରେ ବିଜେପି । ତେବେ ରେସରେ ଅନେକ ନାଁ ରହିଥିବାବେଳେ, କେଉଁଥିରେ ବାଜିବ ମୋହର ତାହା ଉପରେ ସମସ୍ତଙ୍କ ନଜର ।

ଏହାବାଦ୍ ବିଜେପିର ପ୍ରଥମ ସରକାର ଆଉ ମନ୍ତ୍ରିମଣ୍ଡଳରେ କେଉଁ କେଉଁ ବିଧାୟକଙ୍କୁ ଗୁରୁତ୍ବ ମିଳୁଛି ତାକୁ ନେଇ ବି କଳ୍ପନା ଜଳ୍ପନା ଲାଗି ରହିଛି। ମନ୍ତ୍ରୀ ରେସରେ ହେଭିୱେଟ ଭାବେ ସୁରେଶ ପୂଜାରୀ, କେ.ଭି ସିଂଦେଓ, ଜୟ ନାରାୟଣ ମିଶ୍ର, ମୋହନ ମାଝୀ, ରବି ନାଏକ, ସୂରମା ପାଢୀ ଆଗରେ ରହିଛନ୍ତି। ଏହା ସହ ନୂଆ ମୁହଁ ଭାବେ ପୃଥ୍ୱୀରାଜ ହରିଚନ୍ଦନ, ସୂର୍ୟ୍ୟବଂଶୀ ସୂରଜ, ଲକ୍ଷ୍ମଣ ବାଗ, ସମ୍ପଦ ସ୍ୱାଇଁ, ଦୁର୍ଗା ପ୍ରସନ୍ନ ନାୟକ, ସନାତନ ବିଜୁଳି, ଅମର ନାୟକ, ବିଭୁତି ଜେନା, ସିଦ୍ଧାନ୍ତ ମହାପାତ୍ର, ମୁକେଶ ମହାଲିଙ୍ଗ, ଅଶ୍ୱିନୀ ଷଡଙ୍ଗୀ ଓ ଇରାଶିଷ ଆଚାର୍ୟ୍ୟଙ୍କୁ ବି ଗୁରୁତ୍ୱପୂର୍ଣ୍ଣ ବିଭାଗ ମିଳିପାରେ। ଆସନ୍ତାକାଲି ସଂଧ୍ୟା ୫ଟାରେ ଭୁବନେଶ୍ବର ଜନତା ମୈଦାନରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଉତ୍ସବରେ ଯୋଗଦେବା ଲାଗି ପିଏମ୍ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆସିବା କାର୍ଯ୍ୟକ୍ରମ ରହିଛି। ଏଥିଲାଗି ଜନତା ମଇଦାନରେ ଜୋରସୋରରେ ଚାଲିଛି ପ୍ରସ୍ତୁତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରଧାନମନ୍ତ୍ରୀଙ୍କ ୪ ଦିନିଆ ମାଲଦ୍ୱୀପ ଏବଂ ୟୁକେ ଗସ୍ତ 🔴 ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ଉପ ମୁଖ୍ୟମନ୍ତ୍ରୀ 🔴 ଚାଇନା ନାଗରିକଙ୍କୁ ମିଳିବ ଭାରତର ପର୍ଯ୍ୟଟନ ଭିଜା 🔴 ସହଯୋଗର ହାତ ବଢ଼ାଇବ ଭାରତ 🔴 ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ 🔴 ପ୍ରଧାନମନ୍ତ୍ରୀଙ୍କ ୪ ଦିନିଆ ମାଲଦ୍ୱୀପ ଏବଂ ୟୁକେ ଗସ୍ତ 🔴 ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ଉପ ମୁଖ୍ୟମନ୍ତ୍ରୀ 🔴 ଚାଇନା ନାଗରିକଙ୍କୁ ମିଳିବ ଭାରତର ପର୍ଯ୍ୟଟନ ଭିଜା 🔴 ସହଯୋଗର ହାତ ବଢ଼ାଇବ ଭାରତ 🔴 ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ