Masthead

ସଂପୂର୍ଣ୍ଣ ଶୃଙ୍ଗାର ପରେ ସାମ୍ନାକୁ ଆସିଲା ପ୍ରଭୁ ଶ୍ରୀରାମଙ୍କ ଦିବ୍ୟ ମୂର୍ତ୍ତିର ଫଟୋ

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ଫୁଲ ଓ ଅଳଙ୍କାରରେ ଆଭୂଷିତ ହୋଇଛନ୍ତି ରାମଲାଲା । ସାମ୍ନାକୁ ଆସିଲା ପ୍ରଭୁ ଶ୍ରୀରାମଙ୍କ ଦିବ୍ୟ ମୂର୍ତ୍ତିର ଫଟୋ । ପାଖେଇ ଆସୁଛି ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ଉତ୍ସବ । ମଝିରେ ଆଉ ଗୋଟିଏ ଦିନର ଅପେକ୍ଷା । ଏହା ପରେ ସମସ୍ତଙ୍କୁ ଦେଖାଦେବେ ପ୍ରଭୁ ରାମଲାଲା । ଏବେ ରାମଲାଲାଙ୍କ ପ୍ରତିମାର ଆଉ ଏକ ଫଟୋ ସାମ୍ନାକୁ ଆସିଛି । ବସ୍ତ୍ର ଓ ଅଳଙ୍କାର ପିନ୍ଧି ଅତି ସୁନ୍ଦର ଦିଶୁଛନ୍ତି ଭଗବାନ ଶ୍ରୀରାମ । ମସ୍ତକରେ ମୁକୁଟ, ଗଳାରେ ମାଳି, ହାର ଓ ବେକରେ ଫୁଲମାଳ ସହ ଝଟକୁଛନ୍ତି ରାମଲାଲା ।ଡାହାଣ ହାତରେ ଆଶୀର୍ବାଦ ଦେଉଛନ୍ତି ଓ ବାମ ହାତରେ ଧରିଛନ୍ତି ଧନୁତୀର ।

ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏହି ଫଟୋରେ ରାମଲାଲାଙ୍କୁ ଶୃଙ୍ଗାର କରାଯାଇଥିବା ବେଳେ ତାଙ୍କ ମୁହଁରେ ଏକ ହଳଦିଆ କପଡ଼ା ବନ୍ଧାଯାଇଛି । ଏହା ପୂର୍ବରୁ ଶ୍ରୀରାମଙ୍କ ପୂର୍ଣ୍ଣାବୟବ ଫଟୋ ସାମ୍ନାକୁ ଆସିଥିଲା । ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ଆଜି ଗର୍ଭଗୃହର ଶୁଦ୍ଧିକରଣ କରାଯିବ । ୨୧ ତାରିଖ ପର‌୍ୟ୍ୟନ୍ତ ଅନୁଷ୍ଠାନ ଜାରି ରହିବ । ୨୨ ତାରିଖ ଅପରାହ୍ଣ ୧୨ଟା ୨୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପସ୍ଥିତିରେ ରାମଲାଲାଙ୍କ ବିଗ୍ରହର ପ୍ରାଣ ପ୍ରତିଷ୍ଠା ସମାରୋହ ଆରମ୍ଭ ହୋଇ ଅପରାହ୍ଣ ଗୋଟାଏରେ ଶେଷ ହେବ । ପ୍ରାଣ ପ୍ରତିଷ୍ଠା ଉତ୍ସବ ପୂର୍ବରୁ ଧାର୍ମିକ ରୀତିନୀତି ମଧ୍ୟ ମନ୍ଦିର ପରିସରରେ ଆଗେଇ ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା