Masthead

ବିଜେପି କାର୍ଯ୍ୟାଳୟରେ ନୂଆ ସଭାପତି

ଭୁବନେଶ୍ୱରେ (ବଡ଼ ଖବର ବ୍ୟୁରୋ):ରାଜ୍ୟ ବିଜେପି କାର୍ଯ୍ୟାଳୟରେ ନୂଆ ସଭାପତି ମନମୋହନ ସାମଲ । ଅପରାହ୍ନରେ ମନମୋହନ ସାମଲଙ୍କୁ ବିଜେପି ପକ୍ଷରୁ ଆୟୋଜିତ ସମାରୋହରେ ସମ୍ବର୍ଦ୍ଧନା ଦିଆଯାଇଛି । ତାଙ୍କୁ ସ୍ୱାଗତ କରିବା ପାଇଁ ଭୁବନେଶ୍ୱରେ ବିଜେପି ବିଶାଳ ରାଲିର ଆୟୋଜନ ହୋଇଥିଲା । ଏଥିରେ ଶହ ଶହ କର୍ମୀ ଓ ନେତୃମଣ୍ଡଳୀ ରାମ ମନ୍ଦିର ଛକରେ ଏକତ୍ରିତ ହେଇଥିଲେ।

ଏହା ପୂର୍ବରୁ ଭଦ୍ରକରୁ ଆସିବା ବାଟରେ ବିଭିନ୍ନ ସ୍ଥାନରେ ଦଳୀୟ କର୍ମୀମାନେ ସ୍ୱାଗତ ଜଣାଇଥିଲେ । ଭୁବନେଶ୍ୱର ରାଜ୍ୟ ବିଜେପି କାର୍ୟ୍ୟାଳୟରେ ଆୟୋଜିତ ସମ୍ବର୍ଦ୍ଧନା ସମାରୋହରେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ପ୍ରଭାରୀ ଡି ପୁରନ୍ଦେଶ୍ବରୀ, ଜୁଏଲ ଓରାମ, ସାଂସଦ ଅପରାଜିତା ଷଡ଼ଙ୍ଗୀ, ବସନ୍ତ ପଣ୍ଡା, ସଂଗୀତା ସିଂହଦେଓ, ପ୍ରତାପ ଷଡ଼ଙ୍ଗୀ, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ଲେଖାଶ୍ରୀ ସାମନ୍ତସିଂହାର, କନକବର୍ଦ୍ଧନ ସିଂହଦେଓ ପ୍ରମୁଖ ଉପସ୍ଥିତ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ