Masthead

ଭାରତରେ ନୂଆ ଷ୍ଟ୍ରେନ୍ ଚିହ୍ନଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବ୍ରିଟେନରେ କରୋନାର ନୂଆ ଷ୍ଟ୍ରେନ୍ ଆତଙ୍କ ଖେଳାଇଥିବା ବେଳେ ଏବେ ଭାରତରେ ୬ ବ୍ରିଟେନ୍ ଫେରନ୍ତାଙ୍କ ମଧ୍ୟରେ ନୂଆ ଷ୍ଟ୍ରେନ୍ ଚିହ୍ନଟ ହୋଇଛି । ୬ ବ୍ରିଟେନ୍ ଫେରନ୍ତା କରୋନାର ନୂଆ ଷ୍ଟ୍ରେନରେ ଆକ୍ରାନ୍ତ ହୋଇଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୨୮ ଦିନରେ ବ୍ରିଟେନରୁ ଭାରତକୁ ୩୩ ହଜାର ଯାତ୍ରୀ ଫେରିଥିବା କୁହାଯାଇଛି ।

୬ ଆକ୍ରାନ୍ତଙ୍କୁ ଆଇସୋଲେସନରେ ରଖାଯିବ । ଦେଶର ୩ଟି ଲ୍ୟାବରେ ପରୀକ୍ଷଣ ପରେ ଏହା ସ୍ପଷ୍ଟ କରାଯାଇଛି । ବାଙ୍ଗାଲୁରୁ ଲ୍ୟାବରୁ ୩, ହାଇଦ୍ରାବାଦ ଲ୍ୟାବରୁ ୨ ଓ ପୁଣେ ରୁ ଜଣେ ଚିହ୍ନଟ ହୋଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପରିସ୍ଥିତି ଉପରେ ନଜର ରଖିଥିବା କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ