Masthead

ଖୋଲା ପଡ଼ିଆରେ ସେଲିବ୍ରେସନ ମନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସୁଛି ନୂଆ ବର୍ଷ । ସବୁଆଡ଼େ ଜିରୋ ନାଇଟ ସେଲିବ୍ରେସନକୁ ଉତ୍ସାହ । ୨୦୨୪କୁ ସ୍ୱାଗତ ପାଇଁ ହୋଟେଲ, ପବ୍, ଡ୍ୟାନ୍ସ ବାର ପ୍ରସ୍ତୁତ ରହିଛି। ହେଲେ ସେମାନଙ୍କ ଉପରେ ଅବକାରୀ ବିଭାଗର ରହିବ ନଜର । ରାତି ୧୨ ଟା ପରେ କ୍ଲବ, ପବ୍ ଚଳାଇବା ପାଇଁ ଆବେଦନ ମୁତାବକ ଅନୁମତି ମିଳିଛି । ୩୧ ତାରିଖ ରାତିରେ ଜିରୋ ନାଇଟ ସେଲିବ୍ରେସନ ନେଇ କୌଣସି ଇଭେଣ୍ଟ ବା ପ୍ରାଇଭେଟ ସଂସ୍ଥାକୁ ଆଇନଶୃଙ୍ଖଳା ଦୃଷ୍ଟିରୁ ଅନୁମତି ଦିଆଯାଇନି। ଖୋଲା ପଡ଼ିଆରେ ସେଲିବ୍ରେସନ୍‌ ମନା ।

ଡ୍ୟାନ୍ସ ବାରରେ ନିୟମ ଉଲଂଘନ କଲେ କଡ଼ା କାର୍ୟ୍ୟାନୁଷ୍ଠାନ । ରାଜଧାନୀର ସମସ୍ତ ଖିଲାପକାରୀଙ୍କୁ ଜଗିବା ପାଇଁ ୩ଟି ଫ୍ଲାଇଁ ସ୍କ୍ୱାର୍ଡ ଗଠନ କରିଛି ଅବକାରୀ ବିଭାଗ । ରାତି ୧୨ଟା ପରେ କ୍ଲବ୍, ପବ୍ ଚଳାଇବା ପାଇଁ ଆବେଦନ ମୁତାବକ ଅନୁମତି ମିଳିଛି । ତେବେ ଚଳିତ ବର୍ଷ ଜିରୋନାଇଟ ସେଲିବ୍ରେସନ ନେଇ କୌଣସି ଇଭେଂଟ ବା ପ୍ରାଇଭେଟ ସଂସ୍ଥାକୁ ଆଇନଶୃଂଖଳା ଦୃଷ୍ଟିରୁ ଅନୁମତି ମିଳିବ ନାହିଁ । ନୂଆବର୍ଷ ଆଗକୁ ଆସୁଥିବା ବେଳେ ସହରକୁ ରୂପଜୀବୀ ଆସିବାର ଆଶଙ୍କା କରାଯାଉଛି ।

ଏଥିପାଇଁ ପୋଲିସର ସ୍ୱତନ୍ତ୍ର ନଜର ରହିଛି । ଡିସେମ୍ବର ୩୧ ତାରିଖ ଓ ଜାନୁଆରୀ ୧ ତାରିଖରେ ଟ୍ୱିନ ସିଟିରେ ପୁଲିସ ବ୍ୟାପକ ମାତ୍ରାରେ ପଇଁତରା ମାରିବେ । ଭିଡ଼ ନିୟନ୍ତ୍ରଣ ଓ ଡ୍ରଙ୍କ ଆଣ୍ଡ ଡ୍ରାଇଭ ରୋକିବାକୁ ବିଭିନ୍ନ ସ୍ଥାନରେ ପୁଲିସ ଚେକିଙ୍ଗ କରିବା ସହ ନାକାବନ୍ଦୀ କରିବ । ବଡ଼ଦିନ ପାଇଁ ଚର୍ଚ୍ଚ, ପିକନିକ ପ୍ଲେସରେ ମଦ୍ୟପଙ୍କ ଉତ୍ପାତ ରୋକିବା ପାଇଁ ପ୍ରତ୍ୟେକ ଥାନାକୁ ବ୍ରେଥ ଆନାଲାଇଜର ଦିଆଯାଇଥିବା କହିଛନ୍ତି ଡିସିପି । ସେହି ଭଳି ରୋଡ଼ ରୋମିଓଙ୍କୁ ସାବାଡ଼ କରିବାକୁ ରାସ୍ତା ଉପରେ ବାରିକେଡ଼ ଲଗାଇ, ବିଭିନ୍ନ ଛକରେ ନାକାବନ୍ଦୀ କରିବା ସହ ରାତି ସାରା ପାଟ୍ରୋଲିଂ କରିବ କମିସନରେଟ ପୋଲିସ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା