Masthead

ମହାମୁକାବିଲାରେ ନ୍ୟୁଜିଲାଣ୍ଡ ଚାମ୍ପିଅନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନ୍ୟୁଜିଲାଣ୍ଡ ଟେଷ୍ଟ୍ କ୍ରିକେଟର ପ୍ରଥମ ବିଶ୍ୱ ଚାମ୍ପିଅନ । ଦଳ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ଫାଇନାଲରେ ଭାରତକୁ ୮ ଓ୍ୱିକେଟରେ ପରାସ୍ତ କରି ଟାଇଟଲ୍ ଜିତିଛି । ବିଶ୍ୱ ଟେଷ୍ଟ ଚାମ୍ପିଅନସିପରେ ଗତ ୨ ବର୍ଷ ହେଲା ଚାମ୍ପିଅନ ଭଳି ଖେଳୁଥିବା ଭାରତ ଟାଇଟଲ୍ ଜିତିବାରେ ଫ୍ଲପ୍ ହୋଇଛି । ମହାମୁକାବିଲାରେ ପ୍ରଥମ ପାଳିରେ ଭାରତୀୟ ଓପନର ଭଲ ଆରମ୍ଭ କରିଥିଲେ ।

ରୋହିତ ଶର୍ମା ଓ ଶୁଭମନ ଗିଲ୍ ପ୍ରଥମ ଓ୍ୱିକେଟରେ ଅର୍ଧଶତକୀୟ ପାଳି ଖେଳିଥିଲେ । ରୋହିତ ୩୪ ରନ୍ କରିଥିବା ବେଳେ ଗିଲ୍ ୨୮ ରନ୍ କରିଥିଲେ । କିନ୍ତୁ ଦ୍ୱିତୀୟ ଇନିଂସରେ ଦଳର ପ୍ରଥମ ଓ୍ୱିକେଟ ୨୪ ରନରେ ପଡିଥିଲା । ଗିଲ୍ ୮ ରନ୍ କରି ଆଉଟ ହୋଇଥିଲେ । ରୋହିତ ମଧ୍ୟ ୩୦ ରନ୍ କରି ପ୍ୟାଭିଲିୟନ ଫେରିଥିଲେ । ଫାଇନାଲ ଭଳି ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଭାରତର ବ୍ୟାଟ୍ସ୍ ମ୍ୟାନ୍ ଅଧିକ ରନ୍ ସଂଗ୍ରହ କରିବେ ବୋଲି ସମସ୍ତେ ଆଶା କରିଥିଲେ । ଶେଷରେ ଭାରତୀୟ ଦଳର ହୋଇଛି ପରାଜୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ