Masthead

ଆଜି ଶପଥ ନେବେ ଦୀପାଲି ଦାସ, ମନ୍ତ୍ରିମଣ୍ଡଳର ଅଦଳବଦଳରେ ମିଳିପାରେ ସ୍ଥାନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଶପଥ ନେବେ ଦୀପାଲି ଦାସ । ଝାରସୁଗୁଡ଼ାକୁ ମିଳିବ ନୂଆ ବିଧାୟିକା । ଉପ ବାଚସ୍ପତି ରଜନୀକାନ୍ତ ସିଂହ ଦୀପାଲିଙ୍କୁ ଶପଥପାଠ କରାଇବେ । ଗତକାଲି ଝାରସୁଗୁଡାରୁ ଆସି ଭୁବନେଶ୍ୱରରେ ପହଞ୍ଚିବା ପରେ ନବୀନ ନିବାସ ଯାଇ ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ । ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ନବୀନ ପଟ୍ଟନାୟକ ଏକ ଟ୍ୱିଟ କରିଛନ୍ତି । ସେ ଲେଖିଛନ୍ତି, ଝାରସୁଗୁଡ଼ାର ବିକାଶକୁ ଆଗେଇ ନେବା ସହ ଲୋକମାନଙ୍କ ଜୀବନରେ ପରିବର୍ତ୍ତନ ଆଣିବା ପାଇଁ ସମର୍ପିତ ଭାବେ କାର୍ୟ୍ୟ କରିବାକୁ ଦୀପାଲିଙ୍କୁ ପରାମର୍ଶ ଦେଲି। ଶପଥ ନେବା ପରେ ହୁଏତ ମନ୍ତ୍ରିମଣ୍ଡଳର ଅଦଳବଦଳରେ ଦୀପାଲିଙ୍କୁ ସ୍ଥାନ ମିଳିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା