Masthead

ଟସ୍ ଜିତିଲା ନ୍ୟୁଜିଲ୍ୟାଣ୍ଡ, ପ୍ରଥମେ ବ୍ୟାଟିଂ କରିବ ଭାରତ

(ବଡ଼ ଖବର ବ୍ୟୁରୋ): ବହୁପ୍ରତିକ୍ଷୀତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଟସ୍‌ ପଡ଼ିଛି। ନ୍ୟୁଜିଲ୍ୟାଣ୍ଡ ଅଧିନାୟକ କେନ ୱିଲିୟମସନ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଭାରତ ପ୍ରଥମେ ବ୍ୟାଟିଂ କରିବ। ସାଉଥାମ୍ପଟନର ପିଚ୍ ଦ୍ରୁତ ବୋଲରଙ୍କୁ ସୁହାଇବ ବୋଲି କୁହାଯାଉଛି। ଏହି କାରଣ ପାଇଁ ନ୍ୟୁଜିଲ୍ୟାଣ୍ଡ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ନ୍ୟୁଜିଲ୍ୟାଣ୍ଡ ଏହାର ୪ ଜଣ ଦ୍ରୁତ ବୋଲରଙ୍କ ସହ ଅଲରାଉଣ୍ଡ କଲିନ ଡି ଗ୍ରାଣ୍ତହୋମଙ୍କୁ ଚୂଡ଼ାନ୍ତ ଏକାଦଶରେ ସାମିଲ କରିଛି। ସ୍ପିନର ଏଜାଜ ପଟେଲ ଚୂଡ଼ାନ୍ତ ଏକାଦଶରେ ସ୍ଥାନ ପାଇନାହାନ୍ତି। ନ୍ୟୁଜିଲ୍ୟାଣ୍ଡ କୌଣସି ସ୍ପିନରଙ୍କୁ ପ୍ଲେଇଂ ଇଲେଭେନରେ ସ୍ଥାନ ଦେଇନାହିଁ। ସେପଟେ ଭାରତ ଦୁଇ ଜଣ ସ୍ପିନର ଓ ୩ ଜଣ ଦ୍ରୁତ ବୋଲରଙ୍କୁ ନେଇ ମୈଦାନକୁ ଓହ୍ଲାଇବ।

ବିଶ୍ୱ ଟେଷ୍ଟ ଚାମ୍ପିଅନଶିପର ଫାଇନାଲ ମ୍ୟାଚ ୧୮ ତାରିଖରୁ ଆରମ୍ଭ ହେବାର ଥିଲା। କିନ୍ତୁ ଗତକାଲି ବର୍ଷା ଲାଗି ରହିଥିବାରୁ ଟସ୍‌ ପଡ଼ି ପାରି ନଥିଲା। ଆଜି ପାଗ ଶୁଖିଲା ହେବାରୁ ନିର୍ଦ୍ଧାରିତ ସମୟରେ ଟସ୍‌ ପଡ଼ିଛି। ପାଣିପାଗ ସଂସ୍ଥା ଆକ୍ୟୁୱଦେରର ୱେବସାଇଟରେ ପ୍ରକାଶ ପାଇଥିବା ରିପୋର୍ଟ ଅନୁଯାୟୀ, ଆଜି ଦିନ ତମାମ ସାଉଥାମ୍ପଟରେ ପାଗ ଆଂଶିକ ଶୁଖିଲା ରହିବ। କିନ୍ତୁ ସ୍ଥାନୀୟ ସମୟ ୨ଟା ପରେ ବର୍ଷାର ସମ୍ଭାବନା ରହିଛି। ରାତି ବେଳକୁ ବର୍ଷାର ପରିମାଣ ବଢ଼ିବାର ଯଥେଷ୍ଟ ଆଶଙ୍କା ରହିଛି। ତେଣୁ ଆଜି ବି ଯଦି କିଛି ଓଭର ଖେଳା ଯାଏ, ତା’ହେଲେ ତୃତୀୟ ଦିନର ଖେଳ ହେବା ମୁସ୍କିଲ ଭଳି ମନେ ହେଉଛି। କାରଣ ଯଦି ରାତି ତମାମ ପ୍ରବଳ ବର୍ଷା ହୁଏ, ତା’ହେଲେ ପଡ଼ିଆରୁ ପାଣି କାଢ଼ିବା କଷ୍ଟକର ହୋଇପଡ଼ିବ। ଏପରି ସ୍ଥିତିରେ ତୃତୀୟ ଦିନର ଖେଳ ହେବାର ସମ୍ଭାବନା କମ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ