Masthead

ଆଜିଠା‌ରୁ ୪ ଦିନ କମିବ ଶୀତ !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠା‌ରୁ ରାଜ୍ୟରେ ଶୀତ ହାଲୁକା କମିବା ଆରମ୍ଭ ହେବା ସମ୍ଭାବନା । ରାତିର ସର୍ବନିମ୍ନ ତାପମାତ୍ରା ୧୪ ଡିଗ୍ରୀ ମଧ୍ୟରେ ରହିବା ଆଶଙ୍କା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା । ଆସନ୍ତା ୪ ଦିନ ଭିତରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍ ବଢ଼ିପାରେ । ଏଭଳି ପୂର୍ବାନୁମାନ ଦେଖାଇଛି ପାଣିପାଗ ବିଭାଗ । ଗତ କିଛିଦିନ ଧରି ଲାଗି ରହିଥିବା ବର୍ଷା ଆଶଙ୍କା ଦୂର ହୋଇଛି । ଆସନ୍ତା ୬ ଦିନ ପର୍ୟ୍ୟନ୍ତ ବର୍ଷାର କୌଣସି ସମ୍ଭାବନା ନାହିଁ । ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପୂର୍ବାନୁମାନରେ କୁହାଯାଇଛି । ଗତ ୨/୩ ଦିନ ହେବ ରାଜ୍ୟରେ ଶୀତ ବଢ଼ିଛି । ଗୁରୁବାର ରାତିରେ ଜି.ଉଦୟଗିରି ପୂରା କାଲୁଆ ପାଲଟି ଯାଇଥିଲା । ପାରଦ ଖସି ପହଞ୍ଚିଥିଲା ୫.୪ ଡିଗ୍ରୀ ସେଲସିୟସରେ।

ଫୁଲବାଣୀ ଓ ଦାରିଙ୍ଗିବାଡ଼ିରେ ତାପମାତ୍ରା ଥିଲା ୮.୫ ଡିଗ୍ରୀ । ଝାରସୁଗୁଡ଼ା ୯.୨, ଭବାନୀପାଟଣା ୯.୮, ଅନୁଗୁଳ ୯.୬ ଡିଗ୍ରୀ ଥିଲା । ପ୍ରାୟତଃ ତାପମାତ୍ରା ୧୫ ଡିଗ୍ରୀ ଭିତରେ ଥିଲା । ଏପରିକି କଟକ ୧୩.୨ ଓ ଭୁବନେଶ୍ୱର ୧୪.୩ ଡିଗ୍ରୀ ରେକର୍ଡ ହୋଇଥିଲା । ପାଣିପାଗ ବିଭାଗର ପୂର୍ବାନୁମାନ ହେଲା, ଶନିବାର ସକାଳେ ସୁନ୍ଦରଗଡ଼, କନ୍ଧମାଳ, କୋରାପୁଟ, କଳାହାଣ୍ଡିରେ ଘନ କୁହୁଡ଼ି ଆଶଙ୍କା ଅଛି । ସେହିପରି ଶନିବାର ରାତି ଓ ରବିବାର ସକାଳେ ମଧ୍ୟ ଏସବୁ ଜିଲ୍ଲାରେ ଘନ କୁହୁଡ଼ି ନେଇ ସତର୍କ ସୂଚନା ଜାରି କରାଯାଇଛି । ଶ୍ରୀଲଙ୍କା ଉପକୂଳ ନିକଟରେ ଥିବା ବାତ୍ୟା ଉତ୍ତର ତାମିଲନାଡ଼ୁ, ପୁଡୁଚେରୀ ଏବଂ ପାଶ୍ୱର୍ବର୍ତ୍ତୀ ଦକ୍ଷିଣ ଆନ୍ଧ୍ର ଉପକୂଳ ନିକଟରେ ୩୦ ତାରିଖ ଭୋର ସମୟରେ ପହଞ୍ଚିପାରେ । ତେବେ ପାଣିପାଗ ବିଭାଗ ପକ୍ଷରୁ ଜାରି ସୂଚନା ଅନୁସାରେ ଓଡ଼ିଶାରେ ବର୍ତ୍ତମାନ ପାଗ ଶୁଖିଲା ରହିବ । ୫ ତାରିଖ ପର୍ୟ୍ୟନ୍ତ ପାଗରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି