Masthead

କେନାଲ ବନ୍ଧ ଭାଙ୍ଗି ଗାଁରେ ପଶିଲା ପାଣି

ନିଆଳି (ବଡ ଖବର ବ୍ୟୁରୋ): ନିଆଳି ଜଳସମ୍ପଦ ଉପଖଣ୍ଡ ଅଧୀନ କାକଟପୁର ବ୍ରାଞ୍ଚ କେନାଲ ବନ୍ଧ ଭାଙ୍ଗିଯାଇଛି । କେନାଲର ଉତ୍ତର ପାର୍ଶ୍ଵ ବନ୍ଧ ବରିମୁଣ୍ଡଠାରେ ଭାଙ୍ଗିଛି। ଫଳରେ ବରିମୁଣ୍ଡ ଗାଁରେ ପାଣି ପଶି କୃତ୍ରିମ ବନ୍ୟା ସୃଷ୍ଟି ହୋଇଛି। ଗାଁରେ ଥିବା ପୋଖରୀଗୁଡ଼ିକ ବୁଡ଼ିଯିବା ଫଳରେ ମାଛ ଚାଷୀମାନେ କ୍ଷତିଗ୍ରସ୍ତ ହୋଇଛନ୍ତି। ବେଳକୁ ବେଳ ଗାଁରେ ପାଣି ବଢୁଥିବାରୁ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ଗ୍ରାମବାସୀ ଏବେ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଜଳସମ୍ପଦ ବିଭାଗ ପକ୍ଷରୁ ଜେସିବି ଲଗାଇ ବନ୍ଧ ମରାମତି କରିବାକୁ ଉଦ୍ୟମ କରୁଥିଲେ ସୁଦ୍ଧା ତାହା ସମ୍ଭବ ହୋଇପାରି ନାହିଁ। ଘାଇ ର ଆକାର ଧୀରେ ଧୀରେ ବଢ଼ିବାରେ ଲାଗିଛି। ବିଭାଗୀୟ କର୍ତ୍ତୃପକ୍ଷ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବାକୁ ବରିମୁଣ୍ଡ ଗ୍ରାମବାସୀ ଦାବି କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ