Masthead

ଆଜିଠୁ ନାଇଟ୍‌ କର୍ଫ୍ୟୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠାରୁ ନାଇଟ୍‌ କର୍ଫ୍ୟୁ । ପୂଜାକୁ ଶାନ୍ତିଶୃଙ୍ଖଳା ଓ ସୁରକ୍ଷିତ ଭାବରେ ଶେଷ କରିବାପାଇଁ ରାତି ୮ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ଏହି କଟକଣା ରହିବ। ପୂଜାରେ ସହରକୁ ଜଗିବା ପାଇଁ ୧୦୦ଜଣ ଅଧିକାରୀଙ୍କ ନେତୃତ୍ବରେ ୩୨ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି। ମଦୁଆଙ୍କୁ ଧରିବାକୁ ସ୍ବତନ୍ତ୍ର ସ୍କ୍ବାଡ୍‌ ପ୍ରସ୍ତୁତ କରାଯାଇଛି। ପୂଜାରେ ବିଶୃଙ୍ଖଳା ସୃଷ୍ଟିକାରୀଙ୍କ ପ୍ରତି କଠୋର ପଦକ୍ଷେପ ନିଆଯିବ ବୋଲି ପୁଲିସ କମିସନର୍‌ ସୌମେନ୍ଦ୍ର ପ୍ରିୟଦର୍ଶୀ ଚେତାବନୀ ଦେଇଛନ୍ତି।

ପାର୍ବଣ ଆରମ୍ଭ ହୋଇ ଯାଇଥିବା ବେଳେ ବିଭିନ୍ନ ସ୍ଥାନରେ ଲୋକଙ୍କ ଗହଳି ବଢ଼ିବାରେ ଲାଗୁଛି। ଏପରି ସମୟରେ କରୋନାର କୋପକୁ କମାଇବାକୁ ସୋମବାରଠାରୁ ଦ୍ୱେତନଗରୀରେ ଲାଗୁ ହେବ ନାଇଟ କର୍ଫ୍ୟୁ। ରାତି ୮ଟା ପରେ କଟକ, ଭୁବନେଶ୍ୱରରେ କଟକଣାକୁ କଡ଼ାକଡ଼ି ପାଳନ କରାଯିବା ସହ ଯାଞ୍ଚ ଉପରେ ଗୁରୁତ୍ୱ ଦିଆଯିବ। ନିୟମ ଖିଲାପ କଲେ ଅମାନିଆ ଭୋଗିବେ ଦଣ୍ଡ ।

ସେହିପରି ଦୁର୍ଗାପୂଜା ବେଳେ ସର୍ତକ ରହିବା ସହ ନିୟମ ପାଳନ କରିବାକୁ ଲୋକଙ୍କୁ ଅପିଲ କରିଛନ୍ତି ସିପି । ଅପରାଧୀଙ୍କ ଉପରେ କଡ଼ା ନଜର ରଖିବ କମିଶନରେଟ୍ ପୋଲିସ୍ । ଟ୍ୱିନ୍ ସିଟିରେ ଅପରାଧୀ ଓ ଅମାନିଆଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ। କୋଭିଡ୍ ନିୟମ ଅନୁଯାୟୀ ମଣ୍ଡପରେ ପୂଜା ଆୟୋଜନ କରିବାକୁ ପରାମର୍ଶ ଦେଇଛନ୍ତି ସିପି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ