Masthead

ଆସନ୍ତାକାଲିଠୁ ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପାର୍ବଣ ଆରମ୍ଭ ହୋଇ ଯାଇଥିବା ବେଳେ ବିଭିନ୍ନ ସ୍ଥାନରେ ଲୋକଙ୍କ ଗହଳି ବଢ଼ିବାରେ ଲାଗୁଛି। ଏପରି ସମୟରେ କରୋନାର କୋପକୁ କମାଇବାକୁ ସୋମବାରଠାରୁ ଦ୍ୱେତନଗରୀରେ ଲାଗୁ ହେବ ନାଇଟ କର୍ଫ୍ୟୁ। ଏହି କଟକଣା ରାତି ୮ଟାରୁ ସକାଳୁ ୫ଟା ପର୍ଯ୍ୟନ୍ତ ବଳବତ୍ତର ରହିବ । ଶନିବାର ସାମ୍ବାଦିକ ସମ୍ମିଳନୀରେ ଏଭଳି ସୂଚନା ଦେଇଛନ୍ତି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ।

ଏନେଇ ପୁଲିସ୍ କମିଶନର କହିଛନ୍ତି, ଯେପରି ରାତି ୮ଟା ପରେ କଟକ, ଭୁବନେଶ୍ୱରରେ କଟକଣାକୁ କଡ଼ାକଡ଼ି ପାଳନ କରାଯିବା ସହ ଯାଞ୍ଚ ଉପରେ ଗୁରୁତ୍ୱ ଦିଆଯିବ। ନିୟମ ଖିଲାପ କଲେ ଅମାନିଆ ଭୋଗିବେ ଦଣ୍ଡ । ସେହିପରି ଦୁର୍ଗାପୂଜା ବେଳେ ସର୍ତକ ରହିବା ସହ ନିୟମ ପାଳନ କରିବାକୁ ଲୋକଙ୍କୁ ଅପିଲ କରିଛନ୍ତି ସିପି । ଅପରାଧୀଙ୍କ ଉପରେ କଡ଼ା ନଜର ରଖିବ କମିଶନରେଟ୍ ପୋଲିସ୍ । ଟ୍ୱିନ୍ ସିଟିରେ ଅପରାଧୀ ଓ ଅମାନିଆଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ । କୋଭିଡ୍ ନିୟମ ଅନୁଯାୟୀ ମଣ୍ଡପରେ ପୂଜା ଆୟୋଜନ କରିବାକୁ ପରାମର୍ଶ ଦେଇଛନ୍ତି ସିପି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ