Masthead

ଆଜିଠୁ ୧୦ ଜିଲ୍ଲାରେ ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ୧୦ ଜିଲ୍ଲାରେ ଲାଗୁ ହେବ ନାଇଟ୍ କର୍ଫ୍ୟୁ । ପଶ୍ଚିମ ଓଙ୍ଗ଼ିଶାର ୭ ଓ ଦକ୍ଷିଣ ଓଡ଼ିଶାର ୩ଟି ଜିଲ୍ଲାରେ ଲାଗୁ ହେବ ନାଇଟ୍ କର୍ଫ୍ୟୁ । ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ବଲାଙ୍ଗିରରେ ଲାଗୁ ହୋବ ଏହି ରାତ୍ରିକାଳୀନ କର୍ଫ୍ୟୁ । ରାତି ୧୦ରୁ ସକାଳ ୫ ଟା ପର୍ଯ୍ୟନ୍ତ ଏହି କର୍ଫ୍ୟୁ ବଳବତ୍ତର ରହିବ । ଏହି ସମୟରେ କୌଣସି ଜରୁରୀ କାମ ନଥିଲେ ବାହାରକୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି । ଅନାବଶ୍ୟକ ଭାବେ ଘରୁ ବାହାରକୁ ବାହାରିଲେ ମାମଲା ରୁଜୁ କରାଯିବ ବୋଲି ଚେତାବନୀ ଦିଆଯାଇଛି ।

ନାଇଟ କର୍ଫ୍ୟୁ ସମୟରେ ଦୋକାନ ବଜାର, ବ୍ୟବସାୟିକ ପ୍ରତିଷ୍ଠାନ ଓ କାର୍ଯ୍ୟାଳୟମାନେ ବନ୍ଦ ରହିବ । ଜରୁରୀକାଳୀନ ସେବାରେ ନିୟୋଜିତ କର୍ମଚାରୀଙ୍କୁ ଯାତାୟତ ଅନୁମତି ମିଳିବ । ଏହାସହିତ ନାଇଟ୍ କର୍ଫ୍ୟୁ ସମୟରେ ସମସ୍ତ ଶିଳ୍ପ କାରଖାନା ମଧ୍ୟ ଖୋଲା ରହିବ । ମେଡିକାଲ ଓ ଅନ୍ୟାନ୍ୟ ଜରୁରୀ କାର୍ଯ୍ୟ ପାଇଁ ମିଳିବ ଯାତାୟତ ଅନୁମତି । ନାଇଟ୍ କର୍ଫ୍ୟୁ ବେଳେ ପେଟ୍ରୋଲ ପମ୍ପ ଓ ସିଏନଜି ଷ୍ଟେସନ୍ ଖୋଲା ରହିବ । ରାଜ୍ୟରେ ସୀମାନ୍ତ ଜିଲ୍ଲା ଗୁଡ଼ିକରେ କରୋନା ସଂକ୍ରମଣ ବଢୁଥିବାରୁ ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପରି ନିଷ୍ପତି ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ