Masthead

ଟ୍ୱିନ ସିଟିରେ ଲାଗୁ ହେବ ନାଇଟ କର୍ଫ୍ୟୁ: ସୌମେନ୍ଦ୍ର ପ୍ରିୟଦର୍ଶୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପାର୍ବଣ ଆରମ୍ଭ ହୋଇ ଯାଇଥିବା ବେଳେ ବିଭିନ୍ନ ସ୍ଥାନରେ ଲୋକଙ୍କ ଗହଳି ବି ବଢ଼ିବାରେ ଲାଗୁଛି। ଏପରି ସମୟରେ କରୋନାର କୋପକୁ କମାଇବାକୁ ଆସନ୍ତା ୧୧ ତାରିଖରୁ ଦ୍ୱେତନଗରୀରେ ଲାଗୁ ହେବ ନାଇଟ କର୍ଫ୍ୟୁ। ଏହି କଟକଣା ରାତି ୮ଟାରୁ ସକାଳୁ ୫ଟା ପର୍ଯ୍ୟନ୍ତ ବଳବତ୍ତର ରହିବ । ପାର୍ବଣ ବେଳେ ପୋଲିସ୍ ରାଡାରରେ ରହିବେ ଅପରାଧୀ । ଆଜି ସାମ୍ବାଦିକ ସମ୍ମିଳନୀରେ କିଛି ଏଭଳି ସୂଚନା ଦେଇଛନ୍ତି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ।

ଏନେଇ ପୁଲିସ୍ କମିଶନର କହିଛନ୍ତି, ଯେପରି ରାତି ୮ଟା ପରେ କଟକ, ଭୁବନେଶ୍ୱରରେ କଟକଣାକୁ କଡ଼ାକଡ଼ି ପାଳନ କରାଯିବା ସହ ଯାଞ୍ଚ ଉପରେ ଗୁରୁତ୍ୱ ଦିଆଯିବ। ନିୟମ ଖିଲାପ କଲେ ଅମାନିଆ ଭୋଗିବେ ଦଣ୍ଡ । ଏଥିସହ ଦାଦାବଟିକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। କିଏ ଦାଦାବଟି ଆଦାୟ କରୁଥିବାର ନଜର ଆସିଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେହିପରି ଦୁର୍ଗାପୂଜା ବେଳେ ସର୍ତକ ରହିବା ସହ ନିୟମ ପାଳନ କରିବାକୁ ଲୋକଙ୍କୁ ଅପିଲ କରିଛନ୍ତି ସିପି । ଏଥିସହ ପାର୍ବଣ ବେଳେ କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ କମିଶନରେଟ ପୋଲିସର ସ୍କାନରରେ ରହିବେ ଅପରାଧୀ।

ଅପରାଧୀଙ୍କ ଉପରେ କଡ଼ା ନଜର ରଖିବ କମିଶନରେଟ୍ ପୋଲିସ୍ । ଟ୍ୱିନ୍ ସିଟିରେ ପେଷାଦାର ଅପରାଧୀ ଓ ଅମାନିଆଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସିପି ଚେତାବନୀ ଦେଇଛନ୍ତି। କୋଭିଡ୍ ନିୟମ ଅନୁଯାୟୀ ମଣ୍ଡପରେ ପୂଜା ଆୟୋଜନ କରିବାକୁ ପରାମର୍ଶ ଦେଇଛନ୍ତି ସିପି। ଏଥିସହ ରେଭ୍ ପାର୍ଟିରେ ନିଶା ସେବନ ଉପରେ କଡ଼ା ନଜର ରହିବ । ଆଇନ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ସିପି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ