Masthead

ଖସିଲା ରାତି ତାପମାତ୍ରା, ବଢ଼ିବ ଶୀତ ପ୍ରକୋପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟର ୨୮ସ୍ଥାନରେ ରାତି ତାପମାତ୍ରା ଖସିଛି ଓ ଆଗକୁ ଆହୁରି ଖସିବ । ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପାଣିପାଗ ବିଜ୍ଞାନ କେନ୍ଦ୍ରର  ପୂର୍ବାନୁମାନ ଅନୁଯାୟୀଆସନ୍ତା ଦୁଇ ଦିନରେ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ  କମିବ । ରବିବାର ରାତିର ତାପମାତ୍ରା ଅନେକ ସ୍ଥାନରେ ୨ ଡିଗ୍ରୀ ଖସିଛି ।  ଦାରିଙ୍ଗିବାଡ଼ିଫୁଲବାଣୀକୋରାପୁଟଭଦ୍ରକ,ଝାରସୁଗୁଡ଼ାଅନୁଗୁଳ ଆଦି  ୬ଟି ସ୍ଥାନର ତାପମାତ୍ରା ୨୦ ଡିଗ୍ରୀ ତଳେ ରହିଥିଲା ।

ଦାରିଙ୍ଗିବାଡ଼ିରେ  ଶନିବାର ୧୯ ଡିଗ୍ରୀ ଥିବାବେଳେ  ରବିବାର ଏହା ୧୮ ଡିଗ୍ରୀକୁ ଖସିଥିଲା । କୋରାପୁଟରେ ଶନିବାରର ତାପମାତ୍ରା  ୧୫.୮ ଡିଗ୍ରୀ ଥିବାବେଳେ ଏହା ବଢ଼ି ୧୬ ଡିଗ୍ରୀ ହୋଇଛି । ସେହିପରି  ଫୁଲବାଣୀରେ ୦.୫ ଡିଗ୍ରୀ ବଢ଼ି ରବିବାର ରାତିରେ ୧୮.୫ ଡିଗ୍ରୀ ହୋଇଛି । ଭୁବନେଶ୍ୱରରେ ଶନିବାର ସର୍ବନିମ୍ନ ତଥା ରାତି ତାପମାତ୍ରା ୨୪ ଡିଗ୍ରୀ ରହିଥିଲା ରବିବାର ଏହା ଖସି ୨୨.୬ ଡିଗ୍ରୀ  ହୋଇଛି । କଟକର ତାପମାତ୍ରା ଶନିବାର ୨୩ ଡିଗ୍ରୀ ଥିବା ବେଳେ ରବିବାର ଏହା  ୨୧.୮ ଡିଗ୍ରୀକୁ ଖସିଥିଲା ।

ରବିବାର  ରାତିରେ ରାଉରକେଲାର ତାପମାତ୍ରା  ୨୧.୫ ଡିଗ୍ରୀକେନ୍ଦ୍ରାପଡ଼ାର ୨୧.୬,  ଜଗତ୍‌ସିଂହପୁରର ୨୨.୬ଖୋର୍ଦ୍ଧାର  ୨୨.୫ନବରଙ୍ଗପୁରର ୨୧.୪,  ଦେବଗଡ଼ର ୨୨.୫ଯାଜପୁରର ୨୧.୬,  ଢେଙ୍କାନାଳର ୨୨.୪ସୋନପୁରର ୨୨  ଡିଗ୍ରୀପାରଳଖେମୁଣ୍ଡିର ୨୧ ଡିଗ୍ରୀ,  ସୁନ୍ଦରଗଡ଼ର ୨୦.୮କେନ୍ଦୁଝରର ୨୦.୪,  ଝାରସୁଗୁଡ଼ାରେ ୧୯.୩ଅନୁଗୁଳରେ  ୧୯.୬ ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରେକର୍ଡ  କରାଯାଇଛି । ପୁରୀରେ ରାତି ତାପମାତ୍ରା  ସର୍ବାଧିକ ୨୫.୮ ଡିଗ୍ରୀ ରହିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ