Masthead

ଆହୁରି ବଢିବ ରାତି ତାପମାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉପକୂଳ ଓଡ଼ିଶାରେ କମିବ ଶୀତ । ଭୁବନେଶ୍ୱର ସମେତ ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଗୋପାଳପୁରରେ ପାରଦ ୧୫ ଡିଗ୍ରୀ ବା ଏହାଠାରୁ ଅଧିକ ରହିପାରେ । ପାଣିପାଗ ବିଭାଗ ଏହି ଆକଳନ କରିଛି । ରାଜ୍ୟରେ ଶୀତର ପ୍ରକୋପ କିଛି ମାତ୍ରାରେ କମିବା ସହିତ ସର୍ବନିମ୍ନ ରାତି ତାପମାତ୍ରାରେ ବୃଦ୍ଧି ଘଟିଛି। ଆଗାମୀ ୪ଦିନ ପର୍ଯ୍ୟନ୍ତ ପାଗରେ ବିଶେଷ କିଛି ପରିବର୍ତ୍ତନ ନ ଥିବାବେଳେ ଏହାର ପର ୩ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଜାନୁଆରୀ ୩୦ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ ବୋଲି ସୂଚନା ଦିଆଯାଇଛି।

ସେହିପରି ଆସନ୍ତା ୩ଦିନ ଅର୍ଥାତ୍‌ ଜାନୁଆରୀ ୨୭ ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତ୍‌ସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡା, ଅନୁଗୋଳ, ଢେଙ୍କାନାଳ, କଳାହାଣ୍ଡି ଏବଂ କନ୍ଧମାଳ ଜିଲାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ପରିଲକ୍ଷିତ ହେବା ନେଇ ପୂର୍ବାନୁମାନ କରାଯାଇଛି। ବିଭାଗ ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟାରେ ରାଜ୍ୟର ୪ ସହରର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିଲା। ଜି.ଉଦୟଗିରିଠାରେ ୫.୭ ଡିଗ୍ରୀ, ସିମିଳିଗୁଡାରେ ୮.୪ ଡିଗ୍ରୀ, ରାଉରକେଲାରେ ୮.୫ ଡିଗ୍ରୀ, ଝାରସୁଗୁଡାରେ ୮.୭ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ୨୯ଟି ସହରର ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିଲା। ରାଜ୍ୟରେ ଏବେ କୌଣସି ପାଣିପାଗ ନିୟାମକ ନ ଥିବାବେଳେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ସୂଚନା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’