Masthead

ସାରା ରାଜ୍ୟରେ ଲାଗୁହେଲା ନାଇଟକର୍ଫ୍ୟୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଠିରେ ରଖି ରାଜ୍ୟ ସରକାରଙ୍କର ବଡ଼ ନିଷ୍ପତି । ପୁଣି ଫେରିଲା ପୁରୁଣା କଟକଣା । ଆସନ୍ତା କାଲିଠାରୁ ରାଜ୍ୟବ୍ୟାପି ଲାଗୁହେବ ନାଇଟ କର୍ଫ୍ୟୁ । ଏଥିସହିତ ଛତିଶଗଡ଼ ସିମାନ୍ତବର୍ତ୍ତୀ ୧୦ ଜିଲ୍ଲାରେ ସ୍ପାହିକ ସଟଡାଉନ ସହ ସନ୍ଧ୍ୟା ୬ରୁ ସକାଳ ୫ଟା ପର୍ଯ୍ୟନ୍ତ ଓ ଅନ୍ୟା ୨୦ ଜିଲ୍ଲାରେ ରାତି ୯ରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟକର୍ଫ୍ୟୁ ବଳବତ୍ତର ରହିବ । ଅତ୍ୟାବଶ୍ୟକୀୟ ସ୍ଥଳେ ପରିଚୟପତ୍ର ଦେଖାଇ ଯାଇପାରିବେ ଲୋକେ । ଏନେଇ ଆଜି ସୂଚନା ଦେଇଛନ୍ତିି  ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର  । ସୀମାବର୍ତ୍ତୀ ଯେଉଁ ୧୦ଟି ଜିଲ୍ଲା ଯଥା, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରରେ ରାତି ୯ରୁ ସକାଳ ୫ଟା ପର୍ୟ୍ୟନ୍ତ ନାଇଟ୍ କର୍ଫ୍ୟୁ ବଳବତ୍ତର ରହିଥିଲା । କିନ୍ତୁ ସଂକ୍ରମଣ ମାମଲା ବୃଦ୍ଧି ପାଉଥିବାରୁ ସରକାର ଏସବୁ ଜିଲ୍ଲାରେ ରାତି ୯ଟା ପରିବର୍ତ୍ତେ ସନ୍ଧ୍ୟା ୬ଟାରୁ ସକାଳ ୫ଟା ପର୍ୟ୍ୟନ୍ତ ନାଇଟକର୍ଫ୍ୟୁ ଲାଗୁ କରିବେ । ଏସବୁ ଜିଲ୍ଲାରେ ପ୍ରତି ଶନିବାର ଓ ରବିବାର ସାପ୍ତାହିକ ଶଟଡାଉନ୍ ହେବ । ଗ୍ରାମାଞ୍ଚଳ ଗୁଡ଼ିକରେ ରାତି ୯ରୁ ସକାଳ ୬ଟା ପର୍ଯ୍ୟନ୍ତ ନାଇଟ କର୍ଫ୍ୟୁ ବଳବତ୍ତର ରହିବ । ତେବେ ଏହି କଟକଣାରୁ ମାଲପରିବହ ଗାଡିକୁ ବାଦ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ