Masthead

ଆଜିଠୁ ମିଳିବ ନୀଳାଚଳ ଅଭଡ଼ା

ପୁରୀ (ବଡ଼ ଖବର ବ୍ୟୁରୋ): ସରିଲା କାଳିଆ ସାଆନ୍ତେଙ୍କ ପର୍ବ । ରତ୍ନବେଦିକୁ ବାହୁଡ଼ିଲେ ମହାବାହୁ । ଶ୍ରୀଜିଉଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠିଛି ଶ୍ରୀମନ୍ଦିର । ଶୁକ୍ରବାର ନୀଳାଦ୍ରି ବିଜେ ଅବସରରେ ଶ୍ରୀମନ୍ଦିର ରତ୍ନସିଂହାସନରେ ଉଭା ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ରଥାରୁଢ଼ ଠାକୁରମାନେ ଗୋଟି ପହଣ୍ଡିରେ ଯାଇ ରତ୍ନସିଂହାସନରେ ବିଜେ ହୋଇଥିଲେ । ବଡ଼ଦେଉଳ ପରମ୍ପରାକ୍ରମେ ଶ୍ରୀମନ୍ଦିରରେ ଲକ୍ଷ୍ମୀନାରାୟଣ କଳି ଅନୁଷ୍ଠିତ ହୋଇଥିଲା ।

ମହାପ୍ରଭୁଙ୍କ ପ୍ରବେଶ ସମୟରେ ସିଂହଦ୍ୱାର ଓ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ପୁଣି ଖୋଲାଯାଇଥିଲା । ରସଗୋଲା ଦେଇ ପତ୍ନୀ ମା’ଲକ୍ଷ୍ମୀ ଠାକୁରାଣୀଙ୍କ ମାନଭଞ୍ଜନ କରିଥିଲେ । ଏହି ଅବସରରେ ବହୁ ବ୍ୟକ୍ତି ତଥା ଅନୁଷ୍ଠାନ ପକ୍ଷରୁ ଠାକୁରଙ୍କୁ ରସଗୋଲା ଭୋଗ ଲଗାଯାଇଥିଲା । ଶନିବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ସମସ୍ତ ନୀତିକାନ୍ତି । ଏହାସହ ଆଜିଠୁ ଉପଲବ୍ଧ ହେବ ନୀଳାଚଳ ଅଭଡ଼ା । ଏହି ଅଭଡ଼ା ପାଇବାକୁ ଭକ୍ତଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳ । ଭକ୍ତମାନେ କିପରି ସୁବିଧାରେ ଏହି ଅଭଡ଼ା ପାଇବେ ସେଥିପାଇଁ ପ୍ରଶାସନ ପକ୍ଷରୁ ବିଶେଷ ବ୍ୟବସ୍ଥା କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତକୁ ପାକିସ୍ତାନର ୪ଟି ଚିଠି 🔴 କରୋନାର ଲକ୍ଷଣ ଥିଲେ ରଥଯାତ୍ରାକୁ ନଯିବାକୁ ଅନୁରୋଧ 🔴 ପ୍ରଧାନମନ୍ତ୍ରୀଙ୍କୁ ଜି-୭ ଶିଖର ସମ୍ମିଳନୀ ପାଇଁ ନିମନ୍ତ୍ରଣ 🔴 ରାଜ୍ୟରେ ପୁଣି ୭ ନୂଆ କରୋନା ପଜିଟିଭ୍ 🔴 କୃଷି ଓ ଖାଦ୍ୟ କ୍ଷେତ୍ରରେ ଭାରତ-ଇଟାଲୀର ସହଭାଗିତା 🔴 ‘ଇନସାନିୟତ’ ଓ ‘କାଶ୍ମୀରିୟତ’ ଉପରେ ଆକ୍ରମଣ 🔴 ହ୍ରାସ ପାଇଲା ରେପୋ ରେଟ୍ 🔴 ନିଟ୍ ପିଜି ପରୀକ୍ଷାକୁ ନେଇ ବଡ ଖବର 🔴 ବିଶ୍ୱର ସର୍ବୋଚ୍ଚ ଚେନାବ ସେତୁର ଲୋକାର୍ପଣ 🔴 ସାଂସଦ ମହୁଆ ମୋଇତ୍ରାଙ୍କ ବୈବାହିକ ଜୀବନ ଚର୍ଚ୍ଚାରେ 🔴 ଭାରତକୁ ପାକିସ୍ତାନର ୪ଟି ଚିଠି 🔴 କରୋନାର ଲକ୍ଷଣ ଥିଲେ ରଥଯାତ୍ରାକୁ ନଯିବାକୁ ଅନୁରୋଧ 🔴 ପ୍ରଧାନମନ୍ତ୍ରୀଙ୍କୁ ଜି-୭ ଶିଖର ସମ୍ମିଳନୀ ପାଇଁ ନିମନ୍ତ୍ରଣ 🔴 ରାଜ୍ୟରେ ପୁଣି ୭ ନୂଆ କରୋନା ପଜିଟିଭ୍ 🔴 କୃଷି ଓ ଖାଦ୍ୟ କ୍ଷେତ୍ରରେ ଭାରତ-ଇଟାଲୀର ସହଭାଗିତା 🔴 ‘ଇନସାନିୟତ’ ଓ ‘କାଶ୍ମୀରିୟତ’ ଉପରେ ଆକ୍ରମଣ 🔴 ହ୍ରାସ ପାଇଲା ରେପୋ ରେଟ୍ 🔴 ନିଟ୍ ପିଜି ପରୀକ୍ଷାକୁ ନେଇ ବଡ ଖବର 🔴 ବିଶ୍ୱର ସର୍ବୋଚ୍ଚ ଚେନାବ ସେତୁର ଲୋକାର୍ପଣ 🔴 ସାଂସଦ ମହୁଆ ମୋଇତ୍ରାଙ୍କ ବୈବାହିକ ଜୀବନ ଚର୍ଚ୍ଚାରେ