Masthead

ଆଜିଠୁ ମିଳିବ ନୀଳାଚଳ ଅଭଡ଼ା

ପୁରୀ (ବଡ଼ ଖବର ବ୍ୟୁରୋ): ସରିଲା କାଳିଆ ସାଆନ୍ତେଙ୍କ ପର୍ବ । ରତ୍ନବେଦିକୁ ବାହୁଡ଼ିଲେ ମହାବାହୁ । ଶ୍ରୀଜିଉଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠିଛି ଶ୍ରୀମନ୍ଦିର । ଶୁକ୍ରବାର ନୀଳାଦ୍ରି ବିଜେ ଅବସରରେ ଶ୍ରୀମନ୍ଦିର ରତ୍ନସିଂହାସନରେ ଉଭା ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ରଥାରୁଢ଼ ଠାକୁରମାନେ ଗୋଟି ପହଣ୍ଡିରେ ଯାଇ ରତ୍ନସିଂହାସନରେ ବିଜେ ହୋଇଥିଲେ । ବଡ଼ଦେଉଳ ପରମ୍ପରାକ୍ରମେ ଶ୍ରୀମନ୍ଦିରରେ ଲକ୍ଷ୍ମୀନାରାୟଣ କଳି ଅନୁଷ୍ଠିତ ହୋଇଥିଲା ।

ମହାପ୍ରଭୁଙ୍କ ପ୍ରବେଶ ସମୟରେ ସିଂହଦ୍ୱାର ଓ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ପୁଣି ଖୋଲାଯାଇଥିଲା । ରସଗୋଲା ଦେଇ ପତ୍ନୀ ମା’ଲକ୍ଷ୍ମୀ ଠାକୁରାଣୀଙ୍କ ମାନଭଞ୍ଜନ କରିଥିଲେ । ଏହି ଅବସରରେ ବହୁ ବ୍ୟକ୍ତି ତଥା ଅନୁଷ୍ଠାନ ପକ୍ଷରୁ ଠାକୁରଙ୍କୁ ରସଗୋଲା ଭୋଗ ଲଗାଯାଇଥିଲା । ଶନିବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ସମସ୍ତ ନୀତିକାନ୍ତି । ଏହାସହ ଆଜିଠୁ ଉପଲବ୍ଧ ହେବ ନୀଳାଚଳ ଅଭଡ଼ା । ଏହି ଅଭଡ଼ା ପାଇବାକୁ ଭକ୍ତଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳ । ଭକ୍ତମାନେ କିପରି ସୁବିଧାରେ ଏହି ଅଭଡ଼ା ପାଇବେ ସେଥିପାଇଁ ପ୍ରଶାସନ ପକ୍ଷରୁ ବିଶେଷ ବ୍ୟବସ୍ଥା କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ