ତାସ୍ ଖେଳରୁ ତୁମୁଳ କାଣ୍ଡ, ଜଣେ ମୃତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ତାସ୍ ଖେଳରୁ ତୁମୁଳ କାଣ୍ଡ । ତାସ୍ ଖେଳରୁ ହାରି ରକ୍ତମୁଖାହେଲା ଯୁବକ । ଶେଷରେ ଗାଁ ଦାଣ୍ଡରେ ଗୋଡାଇ ଗୋଡାଇ ହାଣିଲା ଖେଳରେ ହାରିଥିବା ଯୁବକକୁ । ଘଟଣାସ୍ଥଳରେ ଯୁବକର ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନାର ମିତ୍ରପୁର ଅଞ୍ଚଳରେ। ମୃତକ ଜଣକ ହେଲେ ତଇଲାସାହି ଗ୍ରାମର କୁନା ଭୋଳ। ସୂଚନାଯୋଗ୍ୟ, ଅଭିଯୁକ୍ତ ଗଣେଶା ସିଂ ଓ କୁନା ମଧ୍ୟରେ ତାସ ଖେଳକୁ ନେଇ ପାଟିତୁଣ୍ଡ ଲାଗିଥିଲା। ଆଜି କୁନା ଘରୁ ବାହାରିବା ବେଳେ ଗଣେଶା ତାକୁ ରାସ୍ତାରେ ଗୋଡାଇ ଗୋଡାଇ ଭୂଜାଲିରେ ଆକ୍ରମଣ କରିଥିଲା। ରକ୍ତାକ୍ତ ଅବସ୍ଥାରେ କୁନାଙ୍କୁ ନୀଳଗିରି ହସ୍ପିଟାଲରେ ଭର୍ତି କରାଯାଇଥିଲା । ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଘଟଣା ସ୍ଥଳକୁ ଯାଇ ତଦନ୍ତ କରୁଥିବା ବେଳେ ଅଭିଯୁକ୍ତ ଫେରାର ହୋଇଥିବା ଜଣାପଡିଛି। ଏନେଇ ମୃତଙ୍କ ସ୍ତ୍ରୀ ଥାନାରେ ଲିଖିତ ଅଭିଯୋଗ କରି ହତ୍ୟାକାରୀ ବିରୁଦ୍ଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’