୧୬ ରୁ ନବମ ଶ୍ରେଣୀ ପାଠପଢ଼ା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୧୬ ରୁ ଆରମ୍ଭ ହେବ ୯ମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା। କରୋନା କଟକଣା ମଧ୍ୟରେ ପିଲାଙ୍କ ପାଠପଢ଼ା ଚାଲିବ। ସାମାଜିକ ଦୂରତା ରକ୍ଷା, ମାସ୍କ ପରିଧାନକୁ ବାଧ୍ୟତାମୂଳକ କରାଯିବ।ସ୍ବତନ୍ତ୍ର ରିଲିଫ୍ କମିସନରଙ୍କ ପକ୍ଷରୁ ଅଗଷ୍ଟ ମାସ ପାଇଁ ଜା‌ରି ହୋଇଥିବା ଗାଇଡ୍‌ଲାଇନ୍‌ ଆଧାରରେ ଗଣଶିକ୍ଷା ବିଭାଗ ଏଭଳି ନିଷ୍ପତ୍ତି ନେଇଛି।

ତେବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଇଁ ଏବେ ସ୍କୁଲ୍ ଖୋଲିବ କି ନାହିଁ, ସେନେଇ ଅଧିକ ତର୍ଜମା ଚାଲିଛି। ପୂର୍ବଥର ପରି ଏଥର ବି ୯ମ ଓ ଦଶମ ଶ୍ରେଣୀ ପିଲାଙ୍କ କ୍ଲାସ ଦୁଇଟି ସିଟିଂରେ କରିବାକୁ ଯୋଜନା ହୋଇଛି। ଏନେଇ ବିଭାଗ ପକ୍ଷରୁ ସମ୍ପୂର୍ଣ୍ଣ ନି‌ୟମାବଳୀ ପ୍ରକାଶ କରାଯିବ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ଯେ ଏସ୍‌ଆରସିଙ୍କ ପକ୍ଷରୁ ଅଗଷ୍ଟ ମାସ ପାଇଁ ଯେଉଁ ଗାଇଡ୍‌ଲାଇନ୍ ଜାରି କରାଯାଇଛି ।

ସେଥିରେ ଶିକ୍ଷାନୁଷ୍ଠାନ ଖୋଲିବା ନେଇ ସମ୍ପୃକ୍ତ ବିଭାଗଗୁଡ଼ିକ ନିଷ୍ପତ୍ତି ନେଇପାରିବେ ବୋଲି କୁହାଯାଇଛି। ୯ମ ଶ୍ରେଣୀ ପିଲାଙ୍କ ପାଠପଢ଼ା ଅଗଷ୍ଟ ୧୬ରୁ ଆରମ୍ଭ ହେବ ବୋଲି ଆଗରୁ କୁହାଯାଇଥିଲା। ସେଥିପାଇଁ ବିଭାଗ ପ୍ରସ୍ତୁତି ଚଲାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!