Masthead

ଆଜି ବସିବ ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲ ବୈଠକ: ଅଧ୍ୟକ୍ଷତା କରିବେ ପିଏମ୍ ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଆଜି ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲ ବୈଠକ। ଅଧ୍ୟକ୍ଷତା କରିବେ ପିଏମ୍ ମୋଦି, ଫୋକସରେ ବିକଶିତ ଭାରତ @୨୦୪୭। ନୀତି ଆୟୋଗ ବୈଠକରେ ଯୋଗ ଦେବେ ଓଡ଼ିଶା ମୁଖ୍ୟମନ୍ତ୍ରୀ । ଏହି ଗୁରୁତ୍ବପୂର୍ଣ୍ଣ ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ସାମିଲ ହୋଇ ନିଜ ନିଜ ରାଜ୍ୟର ଦାବି ରଖିବା ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ। ୫ଟ୍ରିଲିୟନ ଜିଡିପି ସହ ଭାରତକୁ ବିଶ୍ବର ତୃତୀୟ ଅର୍ଥନୀତି ଓ ୨୦୪୭ ସୁଦ୍ଧା କିପରି ଭାରତକୁ ଏକ ବିକଶିତ ରାଷ୍ଟ୍ର ଭାବେ ଗଠନ କରାଯିବ ସେନେଇ ଏହି ବୈଠକରେ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ ହେବ। ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କ ସମେତ ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ଏହି ବୈଠକରେ ସାମିଲ ହେଉଛନ୍ତି।

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ବୈଠକରେ ସାମିଲ ହେଉଥିବା ବେଳେ ତାମିଲନାଡୁ, ତେଲେଙ୍ଗାନା, କର୍ଣ୍ଣାଟକ, ହିମାଚଳ ପ୍ରଦେଶ, ପଞ୍ଜାବ, କେରଳ ମୁଖ୍ୟମନ୍ତ୍ରୀ ଏହି ବୈଠକରେ ସାମିଲ ହେଉନଥିବା ଜଣାପଡିଛି। ତେବେ ଏହି ବୈଠକରେ ସାମିଲ ହେବା ପୂର୍ବରୁ ନୀତି ଆୟୋଗକୁ ଭାଙ୍ଗି ପୁଣିଥରେ ଯୋଜନା ଆୟୋଗ ଗଠନ କରିବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜି ଦାବି କରିଛନ୍ତି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ଏହି ନୀତି ଆୟୋଗ ବୈଠକରେ ସାମିଲ ହେବାକୁ ଦିଲ୍ଲୀ ଗସ୍ତରେ ଯାଇଥିବା ବେଳେ ଓଡ଼ିଶାର ବିକାଶକୁ ନେଇ କଣ ଦାବି ରଖୁଛନ୍ତି ତା ଉପରେ ରାଜ୍ୟବାସୀଙ୍କ ନଜର ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ 🔴 ଭୁବନେଶ୍ୱରରେ ହେବ ଅଣ୍ଡରଗ୍ରାଉଣ୍ଡ୍ ମେଟ୍ରୋ 🔴 ବିଦ୍ୟୁତ୍‌ ତାର ଲାଗି ୩ ଶ୍ରମିକ ମୃତ 🔴 ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା 🔴 ନିରଞ୍ଜନଙ୍କ ଅବଦାନ କ’ଣ?…ପଚାରୁଛି ସୁବର୍ଣ୍ଣପୁର 🔴 ଦେଶରେ କ୍ଷୀପ୍ର ଗତିରେ କମୁଛି ଦାରିଦ୍ର୍ୟତା 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ 🔴 ଭୁବନେଶ୍ୱରରେ ହେବ ଅଣ୍ଡରଗ୍ରାଉଣ୍ଡ୍ ମେଟ୍ରୋ 🔴 ବିଦ୍ୟୁତ୍‌ ତାର ଲାଗି ୩ ଶ୍ରମିକ ମୃତ 🔴 ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା 🔴 ନିରଞ୍ଜନଙ୍କ ଅବଦାନ କ’ଣ?…ପଚାରୁଛି ସୁବର୍ଣ୍ଣପୁର 🔴 ଦେଶରେ କ୍ଷୀପ୍ର ଗତିରେ କମୁଛି ଦାରିଦ୍ର୍ୟତା