Masthead

ଆଜି ବସିବ ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲ ବୈଠକ: ଅଧ୍ୟକ୍ଷତା କରିବେ ପିଏମ୍ ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଆଜି ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲ ବୈଠକ। ଅଧ୍ୟକ୍ଷତା କରିବେ ପିଏମ୍ ମୋଦି, ଫୋକସରେ ବିକଶିତ ଭାରତ @୨୦୪୭। ନୀତି ଆୟୋଗ ବୈଠକରେ ଯୋଗ ଦେବେ ଓଡ଼ିଶା ମୁଖ୍ୟମନ୍ତ୍ରୀ । ଏହି ଗୁରୁତ୍ବପୂର୍ଣ୍ଣ ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ସାମିଲ ହୋଇ ନିଜ ନିଜ ରାଜ୍ୟର ଦାବି ରଖିବା ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ। ୫ଟ୍ରିଲିୟନ ଜିଡିପି ସହ ଭାରତକୁ ବିଶ୍ବର ତୃତୀୟ ଅର୍ଥନୀତି ଓ ୨୦୪୭ ସୁଦ୍ଧା କିପରି ଭାରତକୁ ଏକ ବିକଶିତ ରାଷ୍ଟ୍ର ଭାବେ ଗଠନ କରାଯିବ ସେନେଇ ଏହି ବୈଠକରେ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ ହେବ। ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କ ସମେତ ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ଏହି ବୈଠକରେ ସାମିଲ ହେଉଛନ୍ତି।

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ବୈଠକରେ ସାମିଲ ହେଉଥିବା ବେଳେ ତାମିଲନାଡୁ, ତେଲେଙ୍ଗାନା, କର୍ଣ୍ଣାଟକ, ହିମାଚଳ ପ୍ରଦେଶ, ପଞ୍ଜାବ, କେରଳ ମୁଖ୍ୟମନ୍ତ୍ରୀ ଏହି ବୈଠକରେ ସାମିଲ ହେଉନଥିବା ଜଣାପଡିଛି। ତେବେ ଏହି ବୈଠକରେ ସାମିଲ ହେବା ପୂର୍ବରୁ ନୀତି ଆୟୋଗକୁ ଭାଙ୍ଗି ପୁଣିଥରେ ଯୋଜନା ଆୟୋଗ ଗଠନ କରିବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜି ଦାବି କରିଛନ୍ତି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ଏହି ନୀତି ଆୟୋଗ ବୈଠକରେ ସାମିଲ ହେବାକୁ ଦିଲ୍ଲୀ ଗସ୍ତରେ ଯାଇଥିବା ବେଳେ ଓଡ଼ିଶାର ବିକାଶକୁ ନେଇ କଣ ଦାବି ରଖୁଛନ୍ତି ତା ଉପରେ ରାଜ୍ୟବାସୀଙ୍କ ନଜର ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ