Masthead

କୋର କମିଟି ବୈଠକରେ ନିତିନ ନବୀନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ । ଚାଲିଛି ଗୁରୁତ୍ୱପୂର୍ଣ୍ଣ କୋର କମିଟି ବୈଠକ । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବସିଛି କୋର କମିଟି ବୈଠକ । ଓଡ଼ିଶା ଗସ୍ତରେ ଥିବା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କୋର କମିଟି ବୈଠକରେ ଯୋଗ ଦେଇଛନ୍ତି । ଏହାସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପି କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜନ୍ତ ପଣ୍ଡା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ କୋର କମିଟି ବୈଠକରେ ଯୋଗ ଦେଇଛନ୍ତି । ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା, ପୂର୍ବତନ ରାଜ୍ୟ ବିଜେପି ସଭାପତି ତଥା ମନ୍ତ୍ରୀ ସୁରେଶ ପୂଜାରୀ, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ଓ ବସନ୍ତ ପଣ୍ଡା, ସାଂସଦ ପ୍ରତାପ ଷଡ଼ଙ୍ଗୀ, ସମ୍ବିତ ପାତ୍ର, ରାଜ୍ୟ ସଙ୍ଗଠନ ମନ୍ତ୍ରୀ ମାନସ କୁମାର ମହାନ୍ତି ମଧ୍ୟ କୋର କମିଟି ବୈଠକ ଯୋଗ ଦେଇଛନ୍ତି ।

ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଗସ୍ତକୁ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଦଳର ଆଗାମୀ ରଣନୀତି ବାବଦରେ ଆଲୋଚନା କରିବେ। ପୁଣି ସାଢ଼େ ୩ ଭିତରେ ମନ୍ତ୍ରିମଣ୍ଡଳର ସଦସ୍ୟ ସହ ଆଲୋଚନା ହେବ। ସରକାରଙ୍କ ରୋଡ ମ୍ୟାପ୍ ବିଷୟରେ ଆଲୋଚନା ହେବ। ଯେଉଁ ଟ୍ୟାକ୍ସ ଦେଇଛନ୍ତି ସେ ତାର ହିସାବ ନେବେ ରାଷ୍ଟ୍ରୀୟ ଅଧ୍ୟକ୍ଷ । ସରକାରୀ ସ୍ତରରେ କ’ଣ କ’ଣ କାର୍ଯ୍ୟକ୍ରମ ଚାଲିଛି ସେ ବାବଦରେ ଆଲୋଚନା କରିପାରନ୍ତି । ମନ୍ତ୍ରୀମାନେ ବିଗତ ଦିନରେ କ’ଣ କରିଛନ୍ତି ଏବଂ ଆଗାମୀ ଦିନରେ କ’ଣ କରିବେ ସେ ବିଷୟରେ ଜଣାଇବେ। ବିଜେପି ଏକ ସଂଗଠନ ଆଧାରିତ ଦଳ । କିଭଳି ସରକାର ଓ ସଙ୍ଗଠନ ଭିତରେ ସମନ୍ୱୟ ରହି କାମ ହେବ ସେ ବିଷୟରେ ଆଲୋଚନା କରିବେ ।

କୋର୍ କମିଟି ବୈଠକ ପରେ ସେ ଜଟଣୀ ଯାଇ ଜିଲ୍ଲାସ୍ତରୀୟ ପଣ୍ଡିତ ଦୀନଦୟାଲ ପ୍ରଶିକ୍ଷଣ ମହାଅଭିଯାନ ଶିବିରକୁ ଉଦ୍ଘାଟନ କରିବେ । ମଧ୍ୟାହ୍ନରେ ପୁରୀ ଯାଇ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ । ସେଠାରେ ମହାପ୍ରସାଦ ସେବନ କରିବେ । ଅପରାହ୍ନରେ ପୁଣି ଭୁବନେଶ୍ୱର ଫେରି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବିଭିନ୍ନ ମୋର୍ଚ୍ଚା ସଭାପତି, ମନ୍ତ୍ରୀ ଓ ସାଂସଦଙ୍କ ବୈଠକରେ ଯୋଗଦେବେ ବୋଲି ସୂଚନା ମିଳିଛି । ବିଜେପି ଆସନ୍ତା ୧୦୦ ବର୍ଷ ପାଇଁ ତାର ପ୍ରସ୍ତୁତି କରୁଛି । ଏଥିପାଇଁ ସବୁ କର୍ମକର୍ତ୍ତାଙ୍କୁ ପ୍ରଶିକ୍ଷଣ ଦିଆଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କୋର କମିଟି ବୈଠକରେ ନିତିନ ନବୀନ 🔴 ଆଜି ଶପଥ ନେବେ ଭି.ଡି ସତିଶନ୍ 🔴 ୪୩ ଡିଗ୍ରୀ ଛୁଇଁପାରେ ତାତି 🔴 ବର୍ଷା ପବନରେ ଉଡିଲା ଘର 🔴 ଦୁର୍ଘଟଣାରେ ଚାଲିଗଲା ମାଆ ଓ ଝିଅଙ୍କ ଜୀବନ 🔴 ରାଜଧାନୀ ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ 🔴 ବୁର୍ଲାରେ ଦୁର୍ଦ୍ଦାନ୍ତ ମନୀଷକୁ ଏନକାଉଣ୍ଟର 🔴 ଆହୁରି ବଢ଼ିବ ଗରମ 🔴 ଏଲଆଇସି ଅଫିସରେ ଅଗ୍ନିକାଣ୍ଡ 🔴 ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର 🔴 କୋର କମିଟି ବୈଠକରେ ନିତିନ ନବୀନ 🔴 ଆଜି ଶପଥ ନେବେ ଭି.ଡି ସତିଶନ୍ 🔴 ୪୩ ଡିଗ୍ରୀ ଛୁଇଁପାରେ ତାତି 🔴 ବର୍ଷା ପବନରେ ଉଡିଲା ଘର 🔴 ଦୁର୍ଘଟଣାରେ ଚାଲିଗଲା ମାଆ ଓ ଝିଅଙ୍କ ଜୀବନ 🔴 ରାଜଧାନୀ ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ 🔴 ବୁର୍ଲାରେ ଦୁର୍ଦ୍ଦାନ୍ତ ମନୀଷକୁ ଏନକାଉଣ୍ଟର 🔴 ଆହୁରି ବଢ଼ିବ ଗରମ 🔴 ଏଲଆଇସି ଅଫିସରେ ଅଗ୍ନିକାଣ୍ଡ 🔴 ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର