Masthead

ନୀତିନ ପଟେଲ ହୋଇପାରନ୍ତି ଗୁଜରାଟର ନୂତନ ମୁଖ୍ୟମନ୍ତ୍ରୀ !

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଗୁଜୁରାଟ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦେବା ପରେ ସାରା ଦେଶର ନଜର ବର୍ତ୍ତମାନ ଗୁଜରାଟ ରାଜନୀତି ଉପରେ । ଏହା ସହ ଦେଶରେ ଗୋଟିଏ ହିଁ ଚର୍ଚ୍ଚା, ନୂତନ ମୁଖ୍ୟମନ୍ତ୍ରୀ କିଏ ହେବ ? ଇତିମଧ୍ୟରେ ଗୁଜରାଟ ଉପମୁଖ୍ୟମନ୍ତ୍ରୀ ନୀତିନ ପଟେଲ, ରାଜ୍ୟ କୃଷିମନ୍ତ୍ରୀ ଆର.ସି. ଫାଲଡ଼ୁ, କେନ୍ଦ୍ରମନ୍ତ୍ରୀ ପୁରୁଷୋତ୍ତମ ରୂପାଲା ଏବହ ମନସୁଖ ଲାଲ ମାଣ୍ଡବ୍ୟଙ୍କ ନାମ ମୁଖ୍ୟମନ୍ତ୍ରୀ ପଦ ପାଇଁ ଚର୍ଚ୍ଚାରେ ରହିଛି । ହେଲେ ନୀତିନ ପଟେଲଙ୍କ ଚର୍ଚ୍ଚା ଟିକେ ଅଧିକା । ତେବେ ୨୦୧୬ ମସିହାରେ ଆନନ୍ଦୀବେନ ପଟେଲଙ୍କ ଇସ୍ତଫା ପରେ ନୀତିନ ପଟେଲ ମୁଖ୍ୟମନ୍ତ୍ରୀ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା ।

କିନ୍ତୁ ଶେଷ ମୁହୂର୍ତ୍ତରେ ବିଜୟ ରୂପାନୀଙ୍କୁ ମୁଖ୍ୟମନ୍ତ୍ରୀ କରାଯାଇଥିଲା । ଅପରପକ୍ଷରେ ବର୍ତ୍ତମାନ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ପାଇଁ ନୀତିନ ଯୋଗ୍ୟ ବୋଲି ସୋସିଆଲ ମିଡ଼ିଆରେ ସେୟାର ହେଉଥିବା ଅନେକ ପୋଷ୍ଟମାନଙ୍କରେ ଦେଖାଯାଉଛି । କେବଳ ଏତିକି ନୁହେଁ ବରଂ ନୀତୀନ ଗୁଜରାଟର ପ୍ରଭାବଶାଳୀ ମାଣ୍ଡବ୍ୟ ସମ୍ପ୍ରଦାୟର ଅଟନ୍ତି । ଏବଂ ଏହି ସମ୍ପ୍ରଦାୟର ଦବଦବା ଗୁଜରାଟରେ ଅଧିକ ରହିଥିବାର ଦେଖିବାକୁ ମିଳିଥାଏ । ତେଣୁ ତାଙ୍କ ନାମ ମୁଖ୍ୟମନ୍ତ୍ରୀ ପଦ ଦୌଡ଼ରେ ଆଗରେ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି