Masthead

ଆଜିଠୁ ବିହାରରେ ନୀତିଶ ରାଜ୍

ବିହାର (ବଡ଼ ଖବର ବ୍ୟୁରୋ): ଆଜିଠୁ ବିହାରରେ ନୀତିଶ ରାଜ୍। ୧୦ମ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ନୀତୀଶ କୁମାର । ପାଟନାର ଐତିହାସିକ ଗାନ୍ଧୀ ମୈଦାନରେ ଆୟୋଜିତ ଭବ୍ୟ ଶପଥ ଗ୍ରହଣ ସମାରୋହରେ ଶପଥ ନେଇଛନ୍ତି ନୀତିଶ। ଏହି ଭବ୍ୟ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାମିଲ ହୋଇଛନ୍ତି। ସେହିଭଳି କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ, ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀମାନେ ମଧ୍ୟ ସାମିଲ ହୋଇଛନ୍ତି। ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମଧ୍ୟ ସାମିଲ ହୋଇଛନ୍ତି।

(ଜେଡିୟୁ) ନେତା ନୀତିଶ କୁମାର ବୁଧବାର ସର୍ବସମ୍ମତିକ୍ରମେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ନେତା ନିର୍ବାଚିତ ହୋଇଥିଲେ। ଏହା ପରେ ସେ ପାଟନାସ୍ଥିତ ରାଜଭବନରେ ରାଜ୍ୟପାଳ ଆରିଫ୍‌ ମହମ୍ମଦ ଖାନ୍‌ଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ସହ ରାଜ୍ୟରେ ପରବର୍ତ୍ତୀ ସରକାର ଗଠନ ପାଇଁ ଦାବି ଜଣାଇଥିଲ।

ଭାଜପା ବିଧାୟକ ଦଳ ବୈଠକରେ ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧରୀ ନେତା ନିର୍ବାଚିତ ହୋଇଛନ୍ତି। ସେହିପରି ଅନ୍ୟତମ ଉପମୁଖ୍ୟମନ୍ତ୍ରୀ ବିଜୟ ସିହ୍ନାଙ୍କୁ ଉପନେତା ବଛାଯାଇଛି। ତେଣୁ ଉଭୟେ ପୁଣି ଥରେ ଉପମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇଛନ୍ତି। ଲକ୍ଷାଧିକ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି ପାଟନାରେ କଡ଼ା ସୁରକ୍ଷା ବନ୍ଦୋବସ୍ତ କରାଯାଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର