୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର

ବିହାର (ବଡ଼ ଖବର ବ୍ୟୁରୋ): ବିହାରରେ ନୂତନ ସରକାରଙ୍କ ଚିତ୍ର ଏବେ ସ୍ପଷ୍ଟ। ନୀତୀଶ କୁମାର ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ସେହିପରି ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନାଙ୍କୁ ଉପମୁଖ୍ୟମନ୍ତ୍ରୀ ନିଯୁକ୍ତ କରାଯିବ। ପ୍ରକୃତରେ, ନୀତୀଶ କୁମାରଙ୍କୁ ଜେଡିୟୁ ବିଧାୟକ ଦଳ ବୈଠକରେ ନେତା ମନୋନୀତ କରାଯାଇଛି। ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ନିର୍ବାଚିତ କରାଯାଇଥିବା ବେଳେ ବିଜୟ ସିହ୍ନାଙ୍କୁ ଉପନେତା ନିର୍ବାଚିତ କରାଯାଇଛି।

ପାଟନାରେ ବିଜେପି ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ବିଧାୟକ ବିଧାୟକ ଦଳ ବୈଠକରେ ତା’ର ପୁରୁଣା ଚେହେରା ଉପରେ ଆସ୍ଥା ଦେଖାଇଛି ।ସେହିପରି ଆଉ କିଛି ସମୟରେ ଏନଡିଏର ଗୁରୁତ୍ବପୂର୍ଣ୍ଣ ବୈଠକ ହେବ । ବୈଠକରେ ନୀତୀଶ କୁମାରଙ୍କୁ ଆନୁଷ୍ଠାନିକ ଭାବେ ଏନଡିଏର ନେତା ବିବେଚିତ କରାଯିବ । ଏହା ପରେ ରାଜ୍ୟପାଳଙ୍କ ନିକଟରେ ନୂଆ ସରକାର ଗଠନ ପାଇଁ ଦାବି କରିବ ଏନଡିଏ ।

ଏହାପରେ ବିହାର ବିଧାସଭାକୁ ଭଙ୍ଗ କରାଯିବ । ଆସନ୍ତାକାଲି ଐତିହାସିକ ଗାନ୍ଧୀ ମଇଦାନରେ ଆୟୋଜିତ ଶପଥ ସମାରୋହରେ ନୀତୀଶ କୁମାରଙ୍କ ସହ କିଛି ମନ୍ତ୍ରୀ ଶପଥ ନେବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ୍ ଶାହ, ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ଉପସ୍ଥିତ ରହିବେ । ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଏହି ଶପଥ ସମାରୋହରେ ସାମିଲ ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ