Masthead

ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୦ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟର ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୫୯୦କୁ ବୃଦ୍ଧି ପାଇଛି । କଟକ ଓ ବରଗଡ଼ ଜିଲ୍ଲାରୁ ସର୍ବାଧିକ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି କୋରାପୁଟ, ମୟୁରଭଞ୍ଜ ଓ ରାୟଗଡ଼ାରୁ ୪ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । ଅନ୍ୟପକ୍ଷରେ ଗଞ୍ଜାମ ଓ ଝାରସୁଗୁଡ଼ାରୁ ୩ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି ।

ବଲାଙ୍ଗୀର, ପୁରୀ ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । ସୂଚନାଯ଼ୋଗ୍ୟ ଯ଼େ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୫୭୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୦୩୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୫୩୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୭୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି