ବାଚସ୍ପତି ନିର୍ବାଚନରେ ଅଂଶଗ୍ରହଣ କରିବେନି କୌଣସି କଂଗ୍ରେସ ବିଧାୟକ; ନରସିଂହ ମିଶ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ବାଚସ୍ପତି ନିର୍ବାଚନ ଯାହା ୨୧ ତାରିଖରେ ହେବାକୁ ଯାଉଛି ତାକୁ ନେଇ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଦେଇଛନ୍ତି ପ୍ରତିକ୍ରିୟା। କହିଛନ୍ତି, ବାଚସ୍ପତି ନିର୍ବାଚନକୁ କଂଗ୍ରେସ ବୟକଟ କରୁଛି । କଂଗ୍ରେସର କୌଣସି ବି ବିଧାୟକ ବାଚସ୍ପତି ନିର୍ବାଚନରେ ଅଂଶଗ୍ରହଣ କରିବେ ନାହିଁ । ନୂଆଖାଇ ହେଉଛି ପଶ୍ଚିମ ଓଡ଼ିଶାର ସବୁଠାରୁ ବଡ଼ ପର୍ବ । ଦୁଇ ଦିନ ନୂଆଖାଇ ପାଳନ କରାଯାଇଥାଏ ।

ସେଥିପାଇଁ ଦୁଇ ଦିନ ମଧ୍ୟ ଛୁଟି ହୋଇଥାଏ । ଦୁର୍ଭାଗ୍ୟର କଥା ରାଜ୍ୟ ସରକାର ଏଥର ବାଚସ୍ପତି ନିର୍ବାଚନ ପାଇଁ ୨୧ ତାରିଖରେ ବିଧାନସଭା ଡାକିଛନ୍ତି । ତାକୁ ପ୍ରତିବାଦ କଲେ ବି ସେମାନେ କର୍ଣ୍ଣାପାତ କରି ନାହାଁନ୍ତି । ଏଇଟା ପଶ୍ଚିମ ଓଡିଶା ପ୍ରତି ଉପହାସ । ରାଜ୍ୟ ସରକାର ପଶ୍ଚିମ ଓଡିଶା ପ୍ରତି ବୈମାତୃକ ମନୋଭାବ ପୋଷଣ କରୁଛନ୍ତି । ନୂଆଖାଇ ରେ ଛୁଟି ନ ଦେଇ ପଶ୍ଚିମ ଓଡିଶାର ଭାବାବେଗ ସହ ଖେଳ ଖେଳୁଛନ୍ତି ରାଜ୍ୟ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ