Masthead

ରାଜ୍ୟରେ ବନ୍ୟା ସ୍ଥିତି ନାହିଁ: ଏସ୍‌ଆର୍‌ସି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବନ୍ୟା ସ୍ଥିତି ନାହିଁ କହିଲେ ଏସ୍‌ଆର୍‌ସି ଦେଓରଞ୍ଜନ କୁମାର ସିଂ । ଆଜି ଅନୁଷ୍ଠିତ ସମୀକ୍ଷା ବୈଠକ ପରେ ଦେଓରଞ୍ଜନ ସିଂ କହିଛନ୍ତି ଯେ ଲଗାଣ ବର୍ଷା ଯୋଗୁ ମାଲକାନଗିରି ଜିଲ୍ଲା ଏବେ ଫୋସକରେ ରହିଛି । ମାଲଗାନଗିରିରେ ପ୍ରବଳ ବର୍ଷା ହୋଇଛି । ଗମନାଗମନ ପ୍ରଭାବିତ ହୋଇଛି । ବର୍ଷା ଲାଗି ରହିବାରୁ ତଳିଆ ଅଞ୍ଚଳରେ ପାଣି ପଶିଛି । ମାଲକାନଗିରି ଓ କାଲିମେଳା ବ୍ଲକ ଅଧିକ ପ୍ରଭାବିତ ହୋଇଛି । ଲୋକଙ୍କୁ ସୁରକ୍ଷିତ ଉଦ୍ଧାର ପାଇଁ ୬ଟି ଓଡ୍ରାଫ ଟିମ ମୁତୟନ କରାଯାଇଛି । ଅନ୍ୟ ଓଡ୍ରାଫ ଟିମକୁ ବି ଦକ୍ଷିଣ ଓଡ଼ିଶାକୁ ପଠାଯାଇଛି । ଆସନ୍ତାକାଲି ବି ଜିଲ୍ଲାରେ ବର୍ଷା ସମ୍ଭାବନା ଥିବାରୁ ଆମେ ସଜାଗ ଅଛୁ ବୋଲି ଏସଆରସି କହିଛନ୍ତି । ଲଗାଣ ବର୍ଷା ଯୋଗୁଁ ମାଲକାନଗିରିରେ ସବୁଠି ଜଳମଗ୍ନ । ତେବେ ମାଲକାନଗିରି ସ୍ଥିତି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨ ଜଣ ବରିଷ୍ଠ ଅଧିକାରୀଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି ।

ସେମାନେ ହେଲେ ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର ଓ ବରିଷ୍ଠ ଆଇଏଏସ ବିଷ୍ଣୁପଦ ସେଠୀ । ସେଠାକାର ପରିସ୍ଥିତିର ତଦାରଖ ପାଇଁ ସମ୍ପୃକ୍ତ ଅଧିକାରୀ ଦ୍ୱୟଙ୍କୁ ଦାୟିତ୍ୱ ଦିଆଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରିରେ ସର୍ବାଧିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ଏନେଇ ଆଞ୍ଚଳିକ ପାଣିପାଗ ନିଦେ୍ର୍ଧଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ତାଙ୍କ ସୂଚନା ଅନୁଯାୟୀ ମାଲକାନଗିରିରେ ୨୫୩ ମିମି ବର୍ଷା ରେକର୍ଡ କରାଯାଇଛି । ଆଗାମୀ ୨୪ ଘଣ୍ଟାରେ ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ପାଇଁ ୭ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି କରାଯାଇଛି । ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବୌଦ୍ଧ ଓ ବଲାଙ୍ଗୀର । ପୁରୀ ଠାରୁ ୫୦ କିମି ଦୂରରେ ଗଭୀର ଅବପାତ କେନ୍ଦ୍ରୀଭୂତ ହୋଇଛି । ଯାହା ଆଜି ମଧ୍ୟାହ୍ନରେ ପୁରୀ ପାଖାପାଖି ଉପକୂଳ ଅତିକ୍ରମ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ