Masthead

ତଳ ମୁଣ୍ଡରେ ପାଣି ପାସ ନ କରିବା ଯାଏଁ ହୀରାକୁଦର କୌଣସି ଗେଟ ଖୋଲାଯିବ ନାହିଁ : ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବନ୍ୟାକୁ ନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ରଞ୍ଜନ ମହାନ୍ତିଙ୍କ ସୂଚନା । କହିଛନ୍ତି ମହାନଦୀରେ ବନ୍ୟା ଜଳ ପ୍ରଭାହିତ ହେଉଛି । ଦିନ ଗୋଟେ ସୁଦ୍ଧା ୮ ଲକ୍ଷ ୫୦ ହଜାର କ୍ୟୁସେକ ଜଳ ପ୍ରଭାହିତ ହେଉଛି । ଦିନ ୩ ଟା ସୁଦ୍ଧା ଏହା ୯ ଲକ୍ଷରେ ପହଞ୍ଚିବ । ସେଥିପାଇଁ ଆମେ ସମସ୍ତେ ସଜାଗ ଅଛୁ । ହୀରାକୁଦ ଉପର ମୁଣ୍ଡରେ ଅଧିକ ବର୍ଷା ହୋଇଥିବାରୁ ମହାନଦୀ ଫୁଲୁଛି । ତେଣୁ ମହାନଦୀରେ ମଧ୍ୟମ ଧରଣର ବନ୍ୟା ହେବ । ୫ ଟି ଜିଲ୍ଲାକୁ ସତର୍କ କରାଯାଇଛି । କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଉପରେ ସ୍ୱତନ୍ତ୍ର ନଜର ରଖାଯାଉଛି ।

ବୈତରଣୀରେ ବନ୍ୟା ଜଳ ଖସୁଛି । ଆଖୁଆପଦାଠାରେ ପାଣି କମୁଛି । ବ୍ରାହ୍ମଣୀରେ ଜଳସ୍ତର ବଢୁଛି କିନ୍ତୁ ସମୟ ପରେ ତାହା ସ୍ଥିର ଅବସ୍ଥାକୁ ଆସିବାର ସମ୍ଭାବନା ଦେଖା ଯାଉଛି । ଆସନ୍ତାକାଲି ମଧ୍ୟାହ୍ନ ସୁଦ୍ଧା ପାଣି ପାସ କରିବ । ପୁରୀର କଣାସ, ଅସ୍ତରଙ୍ଗ, ଜଗତସିଂହପୁରର ଏରସମା ଓ ଭଦ୍ରକର ଆଖୁଆପଦାଠାରେ କିଛି ସ୍ଥାନରେ ତଳି ଅଞ୍ଚଳରେ ପାଣି ପଶିଛି । ତଳ ମୁଣ୍ଡରେ ପାଣି ପାସ ନ କରିବା ଯାଏଁ ହୀରାକୁଦର କୌଣସି ଗେଟ ଖୋଲାଯିବ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି