୧୨ ଲକ୍ଷ ଆୟ ପର୍ଯ୍ୟନ୍ତ ଟ୍ୟାକ୍ସ ଛାଡ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମଧ୍ୟବିତ୍ତଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆୟକରକୁ ନେଇ ବଡ଼ ଘୋଷଣା କରିଛନ୍ତି । ଯେଉଁଥିରେ ୧୨ ଲକ୍ଷ ଆୟ ପର୍ଯ୍ୟନ୍ତ ଟ୍ୟାକ୍ସ ଛାଡ କରିଛନ୍ତି ମୋଦୀ ସରକାର । ଏହାସହ ୧୨ରୁ ୧୬ ଲକ୍ଷ ଆୟ ପର୍ଯ୍ୟନ୍ତ୧୫ ପ୍ରତିଶତ ଟ୍ୟାକ୍ସ, ୨୦ରୁ ୨୪ ଲକ୍ଷ ଆୟ ପର୍ଯ୍ୟନ୍ତ ୨୫ ପ୍ରତିଶତ ଟ୍ୟାକ୍ସ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ । ଅର୍ଥମନ୍ତ୍ରୀଙ୍କ ସୂଚନା ମୁତାବକ, ବାର୍ଷିକ ୧୨ ଲକ୍ଷ ଆୟ ପର୍ୟ୍ୟନ୍ତ ଲୋକଙ୍କୁ କୌଣସି ଇନକମ୍ ଟ୍ୟାକ୍ସ ଦେବାକୁ ପଡିବନି । ନୂଆ ଟ୍ୟାକ୍ସ ସ୍ଲାବ୍ ବ୍ୟବସ୍ଥା ଅନୁସାରେ ଏହି ଘୋଷଣା କରାଯାଇଛି । ତେବେ ଏହା ପୂର୍ବରୁ ୭ ଲକ୍ଷ ଆୟ ପର୍ୟ୍ୟନ୍ତ କୌଣସି ଟ୍ୟାକ୍ସ ଦେବାକୁ ପଡୁନଥିଲା, ଯାହାକୁ ଏବେ ବୃଦ୍ଧି କରି ୧୨ ଲକ୍ଷ କରିଛନ୍ତି ମୋଦୀ ସରକାର । ତେବେ ୨୪ ଲକ୍ଷରୁ ଅଧିକ ଆୟ ଉପରେ ଏବେ ୩୦ ପ୍ରତିଶତ ଟ୍ୟାକ୍ସ ଦେବାକୁ ପଡିବ । ଏହାସହ ୧୫ରୁ ୨୦ ଲକ୍ଷ ଆୟ ଉପରେ ୨୦ ପ୍ରତିଶତ ଦେବାକୁ ପଡିବ ।

-କ୍ୟାପିଟାଲ ଗେନ୍ ଛଡ଼ା ଅନ୍ୟ ଆୟ ଉପରେ ୧୨ ଲକ୍ଷ ପର୍ଯ୍ୟନ୍ତ ଟିକସ ଛାଡ଼
-କ୍ୟାପିଟାଲ ଗେନ ଥିଲେ ୪ରୁ ୮ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟରେ ୫% ଟିକସ
-୮ରୁ ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟରେ ୧୦% ଟିକସ
-୮ରୁ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ୧୦%
-୧୨ରୁ ୧୬ ଲକ୍ଷ ୧୫ ପ୍ରତିଶତ ଟିକସ
-୧୬ରୁ ୨୦ ଲକ୍ଷ ୨୦ ପ୍ରତିଶତ ଟିକସ
-୨୦ରୁ ୨୪ଲକ୍ଷ ୨୫ ପ୍ରତିଶତ ଟିକସ
-୨୫ଲକ୍ଷରୁ ଅଧିକ ଆୟ କରୁଥିଲେ ୩୦% ଟିକସ
-୪ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟରେ କୌଣସି ଟିକସ ନାହିଁ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ