Masthead

୧୨ ଲକ୍ଷ ଆୟ ପର୍ଯ୍ୟନ୍ତ ଟ୍ୟାକ୍ସ ଛାଡ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମଧ୍ୟବିତ୍ତଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆୟକରକୁ ନେଇ ବଡ଼ ଘୋଷଣା କରିଛନ୍ତି । ଯେଉଁଥିରେ ୧୨ ଲକ୍ଷ ଆୟ ପର୍ଯ୍ୟନ୍ତ ଟ୍ୟାକ୍ସ ଛାଡ କରିଛନ୍ତି ମୋଦୀ ସରକାର । ଏହାସହ ୧୨ରୁ ୧୬ ଲକ୍ଷ ଆୟ ପର୍ଯ୍ୟନ୍ତ୧୫ ପ୍ରତିଶତ ଟ୍ୟାକ୍ସ, ୨୦ରୁ ୨୪ ଲକ୍ଷ ଆୟ ପର୍ଯ୍ୟନ୍ତ ୨୫ ପ୍ରତିଶତ ଟ୍ୟାକ୍ସ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ । ଅର୍ଥମନ୍ତ୍ରୀଙ୍କ ସୂଚନା ମୁତାବକ, ବାର୍ଷିକ ୧୨ ଲକ୍ଷ ଆୟ ପର୍ୟ୍ୟନ୍ତ ଲୋକଙ୍କୁ କୌଣସି ଇନକମ୍ ଟ୍ୟାକ୍ସ ଦେବାକୁ ପଡିବନି । ନୂଆ ଟ୍ୟାକ୍ସ ସ୍ଲାବ୍ ବ୍ୟବସ୍ଥା ଅନୁସାରେ ଏହି ଘୋଷଣା କରାଯାଇଛି । ତେବେ ଏହା ପୂର୍ବରୁ ୭ ଲକ୍ଷ ଆୟ ପର୍ୟ୍ୟନ୍ତ କୌଣସି ଟ୍ୟାକ୍ସ ଦେବାକୁ ପଡୁନଥିଲା, ଯାହାକୁ ଏବେ ବୃଦ୍ଧି କରି ୧୨ ଲକ୍ଷ କରିଛନ୍ତି ମୋଦୀ ସରକାର । ତେବେ ୨୪ ଲକ୍ଷରୁ ଅଧିକ ଆୟ ଉପରେ ଏବେ ୩୦ ପ୍ରତିଶତ ଟ୍ୟାକ୍ସ ଦେବାକୁ ପଡିବ । ଏହାସହ ୧୫ରୁ ୨୦ ଲକ୍ଷ ଆୟ ଉପରେ ୨୦ ପ୍ରତିଶତ ଦେବାକୁ ପଡିବ ।

-କ୍ୟାପିଟାଲ ଗେନ୍ ଛଡ଼ା ଅନ୍ୟ ଆୟ ଉପରେ ୧୨ ଲକ୍ଷ ପର୍ଯ୍ୟନ୍ତ ଟିକସ ଛାଡ଼
-କ୍ୟାପିଟାଲ ଗେନ ଥିଲେ ୪ରୁ ୮ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟରେ ୫% ଟିକସ
-୮ରୁ ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟରେ ୧୦% ଟିକସ
-୮ରୁ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ୧୦%
-୧୨ରୁ ୧୬ ଲକ୍ଷ ୧୫ ପ୍ରତିଶତ ଟିକସ
-୧୬ରୁ ୨୦ ଲକ୍ଷ ୨୦ ପ୍ରତିଶତ ଟିକସ
-୨୦ରୁ ୨୪ଲକ୍ଷ ୨୫ ପ୍ରତିଶତ ଟିକସ
-୨୫ଲକ୍ଷରୁ ଅଧିକ ଆୟ କରୁଥିଲେ ୩୦% ଟିକସ
-୪ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟରେ କୌଣସି ଟିକସ ନାହିଁ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼