Masthead

ନେଟୱର୍କ ନାହିଁ ତ ଭୋଟ ନାହିଁ

ରାଇକିଆ (ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ରାଇକିଆ ବ୍ଳକ ଅନ୍ତର୍ଗତ ରଣବା ପଞ୍ଚାୟତରେ ମୋବାଇଲ୍ ଟାୱାର ନିର୍ମାଣ ପାଇଁ ପଂଞ୍ଚାୟତ ସାରା ରାଲି କରିଛନ୍ତି । ଟାୱାର ଯଦି ନବସେ ତେବେ ଆସନ୍ତା ପଞ୍ଚାୟତ ନିର୍ବାଚନରେ ଭୋଟ ବର୍ଜନ କରିବାକୁ ଚେତାବନୀ ଦେଇଛନ୍ତି। ଗ୍ରାମବାସୀ ମୋବାଇଲ୍ ଟାୱାର ନଥିବାରୁ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗ୍ରାମବାସୀ ଗୁରୁତର ରୋଗୀଙ୍କ ସ୍ବାସ୍ଥ୍ୟ ଖରାପ ହେଲେ ଆମ୍ବୁଲାନ୍ସକୁ ଯୋଗାଯୋଗ ହୋଇ ପାରୁନି ।

ଗର୍ଭବତୀ ମାଆମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ସେହିଭଳି ଛାତ୍ରଛାତ୍ରୀମାନେ ଅନଲାଇନ ପାଠ ପଢାରୁ ବଞ୍ଚିତ ହେଉଛନ୍ତି । ଆଗାମୀ ପଞ୍ଚାୟତ ନିର୍ବାଚନ ପୂର୍ବରୁ ଯଦି ଟାୱାର ନିର୍ମାଣ କରା ନ ଯାଏ ଓ ସମସ୍ୟା ସମାଧାନ ନ ହୁଏ ତେବେ ରଣବା ପଞ୍ଚାୟତର ଗ୍ରାମବାସୀ ସଂପୂର୍ଣ୍ଣ ଭୋଟ ବର୍ଜନ କରିବାକୁ ଚେତାବନୀ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର