Masthead

ସେବାୟତଙ୍କ ବ୍ୟତୀତ ଅନ୍ୟ କେହି ରଥ କିମ୍ବା ରଥ ଦଉଡ଼ି ଛୁଇଁବା ମନା

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରରେ ଚାଲିଛି ଶ୍ରୀଜିଉମାନଙ୍କ ଅଣସର ସେବା ପୂଜା। ରବିବାର କୃଷ୍ଣପକ୍ଷ ଦଶମୀ । କୃଷ୍ଣପକ୍ଷ ଦଶମୀ ତିଥିରେ ଶ୍ରୀଜିଉଙ୍କ ଚକା ବିଜେ ନୀତି କରାଯିବ। ଦଶମୀ ତିଥିରେ ଶ୍ରୀ ବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ଔଷଧ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିରକୁ ଯୋଗାଇ ଦିଆଯିବ।

ସ୍ନାନପୂର୍ଣ୍ଣମୀ ଠାରୁ ମହାପ୍ରଭୁଙ୍କ ଏହି ଗୁପ୍ତ ପୂଜା ଦଇତାପତି ସେବାୟତମାନେ କରୁଛନ୍ତି । ଅନବସରର ପଞ୍ଚମୀ ତିଥିରେ ଶ୍ରୀଜିଉଙ୍କ ଶ୍ରୀ ଅଙ୍ଗରେ ଫୁଲୁରୀ ତେଲ ଲାଗି କରାଯାଇଥିଲା । ପରେ ଶ୍ରୀ ବିଗ୍ରହ ମାନଙ୍କୁ ଓଷୁଅ ଲାଗି କରାଯାଇଛି । ଗତ ବର୍ଷପରି ଚଳିତ ବର୍ଷ ମଧ୍ୟ କରୋନା କଟକଣା ଭିତରେ ପାଳନ ହେବ ରଥଯାତ୍ରା। ଏଥର ସେବାୟତଙ୍କ ବ୍ୟତୀତ ଅନ୍ୟ କେହି ରଥ କିମ୍ବା ରଥ ଦଉଡ଼ି ଛୁଇଁ ପାରିବେ ନାହିଁ । ବଡଦାଣ୍ଡ ଓ ସିଂହଦ୍ବାରରେ ସେବାୟତଙ୍କ ପାଇଁ ବିଶ୍ରାମ ବ୍ୟବସ୍ଥା କରାଯିବ। ରଥରେ ନିୟୋଜିତ ସେବାୟତଙ୍କ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ବ୍ୟବସ୍ଥା କରାଯିବ। ରଥ ଉପରେ କମ୍‌ ସଂଖ୍ୟକ ସେବାୟତଙ୍କୁ ନିୟୋଜିତ କରାଯିବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ପ୍ରଶାସକ କ୍ରିଷନ କୁମାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି