Masthead

‘ଖଇରମାଳରେ ବ୍ୟାରେଜ ନିର୍ମାଣ ପାଇଁ ଯୋଜନା ନାହିଁ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନର ତୃତୀୟ ଦିନ । ସ୍ୱାଭାବିକ ଚାଲିଛି ଗୃହ କାର୍ୟ୍ୟ । ଚାଲିଛି ପ୍ରଶ୍ନକାଳ । ପାନୀୟ ଜଳ ଯୋଗାଣ, ଜଳ ସେଚନ ଓ ଜଳ ସଂରକ୍ଷଣ ନେଇ ଗୃହରେ ସରଗରମ ଆଲୋଚନା । ପଦ୍ମନାଭ ବେହେରାଙ୍କ ପ୍ରଶ୍ନରେ ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ ଉତ୍ତର ରଖିଛନ୍ତି । ମହାନଦୀ ଅଵବାହିକା ରେ ଖଇରମାଳ, ଗୋଧନେସ୍ଵର ଓ କପାଶିରା ଠାରେ ବ୍ୟାରେଜ ନିର୍ମାଣ ପାଇଁ ସରକାରଙ୍କ କୌଣସି ଯୋଜନା ନାହିଁ । ଖଇରମାଳ, ଗୋଧନେସ୍ଵର କେବଳ ଇନଷ୍ଟ୍ରିମ ଷ୍ଟରେଜ ନିର୍ମାଣ ପାଇଁ ଯୋଜନା ଅଛି ।

ଯାହାକୁ ନେଇ ଅସନ୍ତୋଷ ପ୍ରକାଶ କଲେ ପଦ୍ମନାଭ । କହିଲେ ଇନଷ୍ଟ୍ରିମ ଷ୍ଟରେଜ ନ ହେଲେ ମେଗା ଲିପିଟ ପଏଣ୍ଟ ଉଠା ଜଳ ସେଚନ କେମିତି ହେବ । ଏହା ସହ କହିଛନ୍ତି ବର୍ଷାଦିନେ ବି ଉପର ମୁଣ୍ଡ ରେ ଗେଟ ବନ୍ଦ ହେଲେ ପାଣି ଟିକିଏ ଆସୁନାହିଁ। ସେହିପରି ବିଜେପି ବିଧାୟକ ଭାସ୍କର ମଢେଇ ସରକାରଙ୍କ ପୂର୍ବ ଘୋଷଣା କାର୍ୟ୍ୟକାରୀ ନ ହେବାକୁ ନେଇ ବିରକ୍ତି ପ୍ରକାଶ କରିଥିବା ବେଳେ କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ ବି ଭୁବନେଶ୍ବରର ପାନୀୟ ଜଳ ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇବା ସହ ଛତିଶଗଡ଼ ବନ୍ଧ ବାନ୍ଧି ପାଣି ରୋକୁ ଥିବା ବେଳେ କି ବ୍ୟବସ୍ଥା ସରକାର ନେଉଛନ୍ତି ବୋଲି ପ୍ରଶ୍ନ ଉଠାଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ